Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ଇନ୍ଦୋର,୨।୩: ବର୍ଡର-ଗାଭାସ୍କର ଟ୍ରଫି ୨୦୨୩ର ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଆର ଅଶ୍ୱିନ ଏକ ବଡ଼ ସଫଳତା ଅର୍ଜନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଦଳ ପାଇଁ ତୃତୀୟ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଭେଟେରାନ ଅଲରାଉଣ୍ଡର କପିଲ ଦେବଙ୍କୁ ପଛରେ ପକାଇଛନ୍ତି।
ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଟେଷ୍ଟର ଦ୍ୱିତୀୟ ଦିନର ପ୍ରଥମ ଅଧିବେଶନରେ ଅଶ୍ୱିନ ତିନିଟି ଉଇକେଟ ନେଇଥିଲେ। ପ୍ରଥମେ ପିଟର ହ୍ୟାଣ୍ଡସକମ୍ବଙ୍କ ଉଇକେଟ ନେଇ ସେ କପିଲ ଦେବଙ୍କ ୬୮୭ ଅନ୍ତର୍ଜାତୀୟ ଉଇକେଟ ରେକର୍ଡ ସହ ସମକକ୍ଷ ହୋଇଥିଲେ। ତା’ପରେ ଆଲେକ୍ସ କେରିଙ୍କୁ ପାଭିଲିୟନକୁ ପଠାଇବାବେଳେ ଅଶ୍ୱିନ କପିଲ ଦେବଙ୍କୁ ଅତିକ୍ରମ କରିଥିଲେ। ଅଶ୍ୱିନ ଏଠାରେ ଅଟକି ନ ଥିଲେ। ସେ ନାଥନ ଲିଅନଙ୍କ ଉଇକେଟ୍‌ ନେଇ ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଦଳ ପାଇଁ ତୃତୀୟ ସର୍ବାଧିକ ନେଇଥିଲେ।
ଅନିଲ କୁମ୍ବଲେ ଭାରତ ପାଇଁ ସର୍ବାଧିକ ଅନ୍ତର୍ଜାତୀୟ ଉଇକେଟ ନେଇଛନ୍ତି। ୪୦୩ ଅନ୍ତର୍ଜାତୀୟ ମ୍ୟାଚର ୫୦୧ ଇନିଂସରେ କୁମ୍ବଲେ ମୋଟ ୯୫୬ ଉଇକେଟ ନେଇଛନ୍ତି। ଏଠାରେ ହରଭଜନ ସିଂଙ୍କ ନାମ ଦ୍ୱିତୀୟ ସ୍ଥାନରେ ରହିଛି। ୩୬୭ଟି ମ୍ୟାଚ୍‌ର ୪୪୪ ଇନିଂସରେ ହରଭଜନ ୭୧୧ ଉଇକେଟ ନେଇଛନ୍ତି। ଏଥି ସହିତ, ବର୍ତ୍ତମାନ ଆର ଅଶ୍ୱିନ ତିନି ନମ୍ବରରେ ପହଞ୍ଚିଛନ୍ତି। ଅଶ୍ୱିନ ଏପର୍ଯ୍ୟନ୍ତ ୨୬୯ ମ୍ୟାଚର ୩୪୭ ଇନିଂସରେ ୬୮୯ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri