Posted inଖେଳ

ଅଷ୍ଟ୍ରେଲିଆ ସିରିଜ୍‌ ପାଇଁ ଅଶ୍ୱିନ ସାମିଲ

ନୂଆଦିଲ୍ଲୀ,୧୯ା୯ଦିନିକିଆ କ୍ରିକେଟ ବିଶ୍ୱକପ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଏକ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳ ସୋମବାର ଘୋଷଣା କରାଯାଇଛି। ଦଳକୁ ଭେଟେରାନ୍‌ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ପ୍ରଥମ ଦୁଇ ଦିନିକିଆ ପାଇଁ ବିରାଟ କୋହଲି, ଅଧିନାୟକ ରୋହିତ ଶର୍ମା ଓ ଉପ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବିଶ୍ରାମ ଦିଆଯାଇଛି। ପ୍ରଥମ ଦୁଇଟି ମ୍ୟାଚରେ ଲୋକେଶ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେବେ। ସେପ୍ଟେମ୍ବର ୨୨ରେ ପ୍ରଥମ ମ୍ୟାଚ୍‌ ମୋହାଲିରେ ଓ ୨୪ ତାରିଖରେ ଦ୍ୱିତୀୟ ମ୍ୟାଚ ଇନ୍ଦୋରରେ ଖେଳାଯିବ। ୨୭ ତାରିଖରେ ରାଜକୋଟରେ ହେବାକୁଥିବା ଅନ୍ତିମ ଦିନିକିଆ ପାଇଁ କୋହଲି, ରୋହିତ ଓ ପାଣ୍ଡ୍ୟା ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ।
ପ୍ରଥମ ଦୁଇ ଦିନିକିଆ ପାଇଁ ଦଳ: ଲୋକେଶ ରାହୁଲ(ଅଧିନାୟକ), ରବୀନ୍ଦ୍ର ଜାଡେଜା(ଉପ ଅଧିନାୟକ), ଋତୁରାଜ ଗାଏକ୍ୱାଡ, ଶୁବମନ ଗିଲ୍‌, ଶ୍ରେୟସ୍‌ ଆୟର, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ଇଶାନ କିଶନ(ଉଇକେଟ କିପର), ଶାର୍ଦ୍ଦୂଳ ଠାକୁର, ଓ୍ବାଶିଂଟନ୍‌ ସୁନ୍ଦର, ଆର. ଅଶ୍ୱିନ୍‌, ଯଶପ୍ରୀତ୍‌ ବୁମ୍‌ରା, ମହମ୍ମଦ ଶାମି, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା।
ଅନ୍ତିମ ଦିନିକିଅ ଦଳ: ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପ ଅଧିନାୟକ), ଲୋକେଶ ରାହୁଲ (ଉଇକେଟ କିପର), ବିରାଟ କୋହଲି, ରବୀନ୍ଦ୍ର ଜାଡେଜା, ଶୁବମନ ଗିଲ୍‌, ଶ୍ରେୟସ୍‌ ଆୟର, ସୂର୍ଯ୍ୟକୁମାର ଯାଦବ, ଇଶାନ କିଶନ (ଉଇକେଟ କିପର), ଅକ୍ଷର ପଟେଲ (ସବଜେକ୍ଟ ଟୁ ଫିଟନେସ୍‌), ଶାର୍ଦ୍ଦୂଳ ଠାକୁର, ଓ୍ବାଶିଂଟନ୍‌ ସୁନ୍ଦର, ଆର. ଅଶ୍ୱିନ୍‌, ଯଶପ୍ରୀତ୍‌ ବୁମ୍‌ରା, ମହମ୍ମଦ ଶାମି, ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri