Posted inଖେଳ

ଏହି କ୍ରିକେଟର ସନ୍ୟାସ ନେବା ଜାଣି ଖୁସି ହୋଇଥିଲି: ଅଶ୍ୱିନ

ନୂଆଦିଲ୍ଲୀ,୧।୩: ଏକ ଦଶନ୍ଧିରୁ ଅଧିକ ସମୟର କ୍ୟାରିୟରରେ ରବିଚନ୍ଦ୍ରନ ଅଶ୍ୱିନ କ୍ରିକେଟର ତିନୋଟି ଯାକ ଫର୍ମାଟରେ ବ୍ୟାଟ୍ସମ୍ୟାନ୍‌ଙ୍କ ଉଇକେଟ ନେବାରେ ସିଦ୍ଧହସ୍ତ। ବିଶେଷ ଭାବେ ବାମହାତୀ ବ୍ୟାଟ୍ସମ୍ୟାନ ତାଙ୍କ ବଲ୍‌ର ଶିକାର ହୋଇଥାନ୍ତି। ଅନେକ ଅଭିଜ୍ଞ କ୍ରିକେଟର ମଇଦାନରେ ତାଙ୍କ ବିପକ୍ଷରେ ସଂଘର୍ଷ କରିଥାନ୍ତି। ସେଥିରୁ ଜଣେ ହେଲେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସାଙ୍ଗାକାରା। ସେ ୨୦୧୫ରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ସିରିଜ୍‌ ଖେଳିଥିଲେ।

ଭାରତ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଖେଳିବା ପରେ ସାଙ୍ଗାକାରା ଅନ୍ତର୍ଜାତୀୟ କ୍ରିକେଟରୁ ବିଦାୟ ନେଇଥିଲେ। ଉଭୟ ଟେଷ୍ଟର ଚାରୋଟି ଯାକ ଇନିଂସରେ ସାଙ୍ଗାକାରାଙ୍କ ଉଇକେଟ ନେଇଥିଲେ ଅଶ୍ୱିନ। ଆଗାମୀ ଆଇପିଏଲ୍‌ ସିଜନରେ ଅଶ୍ୱିନ ସାଙ୍ଗାକାରାଙ୍କ ସହ ଡ୍ରେସିଂ ରୁମ୍‌ ଶେୟାର କରିବେ। ଉଭୟ ରାଜସ୍ଥାନ ରୟାଲ୍ସର ଅଂଶ। ଅଶ୍ୱିନ ନିକଟରେ ଫ୍ରାଞ୍ଚାଇଜର ଏକ ଭିଡିଓରେ ଏହି କିମ୍ବଦନ୍ତୀ ଖେଳାଳିଙ୍କ ସହ ଅନେକ ସ୍ମରଣୀୟ ମୂହୁର୍ତ୍ତକୁ ମନେ ପକାଇଛନ୍ତି।

ଅଶ୍ୱିନ କହିଛନ୍ତି, ସାଙ୍ଗାକାରା ଜଣେ ଅଦ୍ଭୁତ ବ୍ୟକ୍ତି। ଦିନେଶ କାର୍ତ୍ତିକଙ୍କ ସହ ରାତ୍ର ଭୋଜନ କରୁଥିବା ବେଳେ ପ୍ରଥମ ଥର ତାଙ୍କୁ ମୁଁ ଭେଟିଥିଲି। ତାଙ୍କର ବ୍ୟକ୍ତିତ୍ୱ ଯୋଗୁ ତାଙ୍କ  ସହ କ୍ରିକେଟ ବିଷୟରେ ବହୁତ କିଛି କଥା ହୋଇଥିଲି। ମୁଁ ତାଙ୍କ ବିପକ୍ଷରେ କିଛି ଟେଷ୍ଟ ମ୍ୟାଚ୍‌ ଖେଳିଥିଲି। ତାଙ୍କର ଉଇକେଟ ମଧ୍ୟ ନେଇଥିଲି। ଏଥିଯୋଗୁ ସାଙ୍ଗାକାରା ଅବସର ନେଇଥିଲେ ବୋଲି କହିହେବ। ଯେତେବେଳେ ଜଣେ ବଡ଼ ବ୍ୟାଟ୍ସମ୍ୟାନ ବୋଲରଙ୍କ ବିରୁଦ୍ଧରେ ବାରମ୍ବାର ଆଉଟ୍‌ ହୋଇଥାଏ, ସେତେବେଳେ ସେ ଯୋଜନା ପ୍ରସ୍ତୁତ କରି ଆସିଥାଏ। ହେଲେ ମୁଁ  ତାଙ୍କୁ ଅନେକ ଥର ଆଉଟ୍‌ କରିଥିଲି। ସେ ସନ୍ୟାସ ନେବା ଜାଣିବା ପରେ ଆଉ ତାଙ୍କ ବିପକ୍ଷରେ ଲଢ଼େଇ କରିବାକୁ ପଡ଼ିବ ନାହିଁ ବୋଲି ଭାବି ଖୁସିଥିଲି ବୋଲି ଅଶ୍ୱିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri