ନୂଆପଡ଼ା ବିଜୟକୁ ନେଇ ଏମିତି କହିଦେଲ ଅଶ୍ୱିନ ବୈଷ୍ଣବ: କହୁ କହୁ କହିଦେଲେ…

ଭୁବନେଶ୍ୱର,୧୫।୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୮୩ ହଜାର ୭୪୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ପରାଜିତ କରିଛନ୍ତି। ଭାଜପାର ଏହି ବିପୁଳ ବିଜୟ ପରେ ଦଳୀୟ ଶିବିରରେ ଏବଂ ନେତା ଓ କର୍ମୀଙ୍କ ମହଲରେ ଉତ୍ସାହ ଖେଳିଯାଇଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ମଧ୍ୟ ଭାଜପାର ବିଜୟ ନେଇ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ସଂଖ୍ୟାରେ ଭୋଟ୍‌ ପାଇ ଜୟଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦୃଢ଼ ନେତୃତ୍ୱ ଉପରେ ଆସ୍ଥା ଓ ଭରସା କରି ନୂଆପଡ଼ାର ଭୋଟର ଜୟଙ୍କୁ ବିଜୟୀ କରାଇଛନ୍ତି। ସେଥିପାଇଁ ନିର୍ବାଚନମଣ୍ଡଳୀର ସମସ୍ତ ଭୋଟରଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି।

ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ବିଜୟ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଭାଜପା ପାଇଁ ଏହା ଏକ ଐତିହାସିକ ଦିନ। ବିହାର ବିଧାନସଭା ନିର୍ବାଚନ ଏବଂ ନୂଆପଡ଼ା ଉପନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ାବାସୀ ପୂର୍ବରୁ ମିଥ୍ୟା ପ୍ରଚାର ଓ ପ୍ରତିଶ୍ରୁତି ବହୁଥର ଦେଖିଛନ୍ତି। ସେଥିଲାଗି ଏଥର ଆଉ ମିଛ ପ୍ରଚାର ଓ ପ୍ରତିଶ୍ରୁତିକୁ ସେମାନେ ଭରସା ନ କରି ଭାଜପା ପ୍ରାର୍ଥୀଙ୍କୁ ବିପୁଳ ଭୋଟ୍‌ରେ ବିଜୟୀ କରାଇଲେ। ବଡ଼ ଭୋଟ୍‌ ବ୍ୟବଧାନ ହିଁ ସବୁକିଛି ସ୍ପଷ୍ଟ କରିଛି। ନୂଆପଡ଼ାର ଏତେବଡ଼ ବିଜୟ ଲାଗି ୨ଟି ମୁଖ୍ୟ ଏଜେଣ୍ଡା ଥିଲା। ପ୍ରଥମେ ଭାଜପା ପକ୍ଷରୁ ଗତ ସାଧାରଣ ନିର୍ବାଚନ ସମୟରେ ୨୧ଟି ନିର୍ବାଚନୀ ପ୍ରତିଶ୍ରୁତି ଦିଆଯାଇଥିଲା। ସେଥିରୁ ବର୍ଷକ ମଧ୍ୟରେ ୧୧ଟି ପ୍ରତିଶ୍ରୁତି ପୂରଣ ହୋଇସାରିଛି। ତେଣୁ ବିକାଶର ଏଜେଣ୍ଡାକୁ ନୂଆପଡ଼ାବାସୀ ଭରସା କରିଛନ୍ତି। ଦ୍ୱିତୀୟତଃ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜେଡିରେ ଥିବା ସମୟରେ ସେ ଚାହୁଁଥିବା ସତ୍ତ୍ୱେ ଅନେକ କିଛି ବିକାଶ କାର୍ଯ୍ୟ କରିପାରି ନ ଥିଲେ। ତାଙ୍କ ପରିବାର ଏହି ଉପନିର୍ବାଚନରେ ଭାଜପାରେ ଯୋଗଦେବା ପରେ ବିଜେଡି କୌଣସି ନିର୍ବାଚନୀ ପ୍ରସଙ୍ଗ ନ ପାଇ ସେମାନଙ୍କୁ ବେଇମାନ କହିଲା। ଦୀର୍ଘବର୍ଷ ଢୋଲକିଆଙ୍କ ପରିବାର ବିଜେଡିରେ କାମ କରିଥିବା ସତ୍ତ୍ୱେ ବେଇମାନ ବୋଲି କହିବା ବିଷୟକୁ ନୂଆପଡ଼ାବାସୀ ପ୍ରତ୍ୟାଖ୍ୟାନ କଲେ। ଭୋଟ୍‌ ଫଳାଫଳରୁ ଦେଖାଇ ଦେଲେ ବାସ୍ତବରେ କେଉଁମାନେ ବେଇମାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri