ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୧୦: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନ୍ ବୈଷ୍ଣବ ଗୁରୁବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ୯୨ଟି ରେଳ ଓଭର ବ୍ରିଜ ହେବ। ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବ ରେଳ ବିଭାଗ। ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟର ଅନୁମୋଦନ ମିଳିଛି ବୋଲି ସେ କହିଛନ୍ତି।
ପୂର୍ବରୁ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ୫୦-୫୦ ଅନୁପାତ ସ୍ଥିର ହୋଇଥିଲା। ମନ୍ତ୍ରଣାଳୟ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ। ଅନୁରୋଧ ରକ୍ଷା କରି ରେଳ ମନ୍ତ୍ରାଳୟ ସବୁ ଖର୍ଚ୍ଚ ବହନ ପାଇଁ ରାଜି ହୋଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧନ୍ୟବାଦ ଦେଇଛନ୍ତି ।
Dharitri – Odisha’s No.1 Odia Daily


