ଅଶ୍ୱିନୀ, ଅବନୀଙ୍କ କାର୍ଟୁନ୍‌ ପୁରସ୍କୃତ

ବଲାଙ୍ଗୀର ଅଫିସ,୬ା୫: ଛତିଶଗଡ ସରକାରଙ୍କ ସଂସ୍କୃତି ବିଭାଗ, ଛତିଶଗଡ ପର୍ଯ୍ୟଟନ ବୋର୍ଡ ଏବଂ ରାୟପୁର (ଛତିଶଗଡ)ରୁ ପ୍ରକାଶିତ ପ୍ରତିଷ୍ଠିତ ମାସିକ କାର୍ଟୁନ୍‌ ପତ୍ରିକା ‘କାର୍ଟୁନ୍‌ ଓା୍ବଚ୍‌’ର ମିଳିତ ଆବାହକତ୍ୱରେ ଆୟୋଜିତ ଏକ ସର୍ବଭାରତୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ଓଡିଶାର ଲବ୍ଧପ୍ରତିଷ୍ଠ କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍‌ ସ୍ବତନ୍ତ୍ର ପୁରସ୍କାର ଲାଭ କରିଛି। ‘ବିଶ୍ୱ କାର୍ଟୁନିଷ୍ଟ ଦିବସ-୨୦୨୩’ ପାଳନ ପରିପ୍ରେକ୍ଷୀରେ ଏହି ପ୍ରତିଯୋଗିତା ‘କିପ୍‌ କ୍ଳିନ୍‌ ୱାଆର କଲ୍ଚରାଲ ହେରିଟେଜ୍‌ ଏଣ୍ଡ ଟୁରିଷ୍ଟ ପ୍ଳେସେସ୍‌’ ବିଷୟବସ୍ତୁ ଉପରେ ଅନୁଷ୍ଠିତ ହୋଇଥିଲା। ସଂପ୍ରତି ପୁରସ୍କୃତ ହୋଇଥିବା ଅଶ୍ୱିନୀ-ଅବନୀଙ୍କ ବ୍ୟଙ୍ଗଚିତ୍ରରେ ମନୁଷ୍ୟକୃତ ପ୍ରଦୂଷଣ ହେତୁ ନଷ୍ଟ ପ୍ରାୟ ସାଂସ୍କୃତିକ କ୍ଷେତ୍ର ତଥା ପର୍ଯ୍ୟଟନସ୍ଥଳୀଗୁଡିକର ସୁରକ୍ଷା ସଂପର୍କରେ ଏକ ବଳିଷ୍ଠ ବ୍ୟଙ୍ଗାଧାରିତ ଆହ୍ବାନ ପ୍ରଦାନ କରାଯାଇଛି। ପ୍ରକାଶଯୋଗ୍ୟ, ନିକଟ ଅତୀତରେ ‘ଏକକ ବିଶ୍ୱ’, ‘ଯୁଦ୍ଧ ନୁହେଁ କେବଳ ଭ୍ରାତୃତ୍ୱ’ ଉପରେ ଆଧାରିତ ଦୁଇଟି ଜାତୀୟ ପ୍ରତିଯୋଗିତା ତଥା ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଅବସରରେ ଆୟୋଜିତ ଭିନ୍ନ ଏକ ସର୍ବଭାରତୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ମଧ୍ୟ ଅଶ୍ୱିନୀ-ଅବନୀଙ୍କ କାର୍ଟୁନ୍‌ଗୁଡିକ ପୁରସ୍କୃତ ତଥା ପ୍ରଦର୍ଶିତ ହେବାର ସୌଭାଗ୍ୟ ଲାଭ କରିଥିଲା। ଆହୁରି ମଧ୍ୟ ସୂଚନା ଦିଆଯାଇପାରେ ଯେ ଇଜିପ୍ଟର କାଇରୋଠାରେ ଅନୁଷ୍ଠିତ ‘ସ୍ପିରିଟ୍‌ ଅଫ୍‌ ଗାନ୍ଧୀ ଏକ୍‌ଜିବିସନ’, ମୁମ୍ବାଇଠାରେ ହୋଇଥିବା ‘ବାଲ୍‌ ଠାକରେ ଆନ୍ତର୍ଜାତୀୟ କାର୍ଟୁନ୍‌ ଏକ୍‌ଜିବିସନ’, ଜାମ ୁଠାରେ ପ୍ରଖ୍ୟାତ ସନ୍ତୁର ବାଦକ ପ. ଶିବ କୁମାର ଶର୍ମାଙ୍କ ସ୍ମୃତି ପ୍ରଦର୍ଶନୀ ଏବଂ କୋଚିଠାରେ କାର୍ଟୁନ୍‌ ମେନ୍‌ ବାଦୁସା ମେମୋରିଏଲ୍‌ ଇଣ୍ଟର ନ୍ୟାଶନାଲ୍‌ କେରିକେଚର୍‌ ଏକ୍‌ଜିବିସନ୍‌ରେ ଏମାନଙ୍କ କୃତି ସ୍ଥାନ ପାଇଥିଲା।
ଏହା ମଧ୍ୟ ସୂଚାଇ ଦିଆଯାଇପାରେ ଯେ, ଦୀର୍ଘ ତିନି ଦଶନ୍ଧିରୁ ଅଧିକ ସମୟ ଧରି ନିରବଚ୍ଛିନ୍ନ ଭାବରେ କାର୍ଟୁନ କରି ଆସୁଥିବା ଓଡିଶାର ଏହି ଭ୍ରାତୃଦ୍ୱୟ ବ୍ୟଙ୍ଗଚିତ୍ର ଜଗତରେ ବେଶ୍‌ ପ୍ରତିଷ୍ଠିତ। ୨୦୧୪ ମସିହାରୁ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇସାରିଥିବା ଅଶ୍ୱିନୀ-ଅବନୀ ଅନେକବାର ଆନ୍ତର୍ଜାତୀୟ ତଥା ଜାତୀୟ ସ୍ତରରେ ପୁରସ୍କୃତ ଓ ସମ୍ବର୍ଦ୍ଧିତ ହୋଇସାରିଛନ୍ତି। ନେଟ୍‌ ଅଏଲ୍‌ କାର୍ଟୁନ୍‌ ପ୍ରତିଯୋଗିତା-ଫ୍ରାନ୍ସ, ଗୁରା ହ୍ୟୁମରୁଲୁଇ-ରୋମାନିଆ, ଡିକାକୋ-ସାଉଥ କୋରିଆ, ସାଲୋନ୍‌ ଅଫ୍‌ ଗ୍ରାଫିକ୍‌ ହ୍ୟୁମର- ପେରୁ , ଏଫ୍‌.ସି.ଡବ୍ଲୁ.ଚୀନ୍‌ ଭଳି ଆନ୍ତର୍ଜାତୀୟ ପ୍ରତିଯୋଗିତା ତଥା ଇଣ୍ଡିଆନ୍‌ ଏକ୍ସପ୍ରେସ୍‌, ଭିଲାଇ ଷ୍ଟିଲ ପ୍ଲାଣ୍ଟ, ହିନ୍ଦୁସ୍ଥାନ୍‌ ଟାଇମ୍ସ, କାର୍ଟୁନ୍‌ ଓା୍ବଚ୍‌ ଦ୍ୱାରା ଆୟୋଜିତ ଜାତୀୟ ପ୍ରତିଯୋଗିତା ଏ ମଧ୍ୟରେ ଅନ୍ତର୍ଭୁକ୍ତ। ଦୀର୍ଘ ତିନି ଦଶନ୍ଧିରୁ ଅଧିକ ସମୟ ଧରି ନିରବଚ୍ଛିନ୍ନ ଭାବରେ କାର୍ଟୁନ କରି ଆସୁଥିବା ଓଡିଶାର ଏହି ଭ୍ରାତୃଦ୍ୱୟ ବ୍ୟଙ୍ଗଚିତ୍ର ଜଗତରେ ବେଶ୍‌ ପ୍ରତିଷ୍ଠିତ। ୨୦୧୪ ମସିହାରୁ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇସାରିଥିବା ଅଶ୍ୱିନୀ-ଅବନୀ ଅନେକବାର ଆନ୍ତର୍ଜାତୀୟ ତଥା ଜାତୀୟ ସ୍ତରରେ ପୁରସ୍କୃତ ଓ ସମ୍ବର୍ଦ୍ଧିତ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri