ରେଳ ବଜେଟ୍‌ରେ ଓଡ଼ିଶାକୁ ନେଇ ଆସିଲା ବଡ଼ ଖବର ଅଶ୍ବିନୀ ବୈଷ୍ଣବ କହିଲେ..

ନୂଆଦିଲ୍ଲୀ,୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର (ଫେବୃଆରୀ୧) ତାଙ୍କର ଲଗାତାର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି।
ବଜେଟ୍‌ ଆଗତ ହେବା ପରେପରେ ରେଳ ବଜେଟ୍‌ ଘୋଷଣା କରାଯାଇଥିଲା। ଏପରିକି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ବଜେଟ ଉପସ୍ଥାପନର କରବା ପରେ ରେଳ ବଜେଟ ଘୋଷଣା କରାଯାଇଥିଲା। ମୋଟ ୨.୫୨ ଲକ୍ଷ କୋଟି ଟଙ୍କାର ରେଳ ବଜେଟ ଘୋଷଣା ହୋଇଥିଲା ।

ତେବେ ଏହି ରେଲଓ୍ବେ ବଜେଟ୍‌ରେ ଓଡ଼ିଶାକୁ ୧୦,୫୯୯ କୋଟି ମଞ୍ଜୁର ହୋଇଥିବା ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଓଡ଼ିଶାରେ ୧୦ ବର୍ଷରେ ୨୦୪୬ କିମି ନୂଆ ଟ୍ରାକ ନିର୍ମାଣ ହୋଇଛି। ଓଡ଼ିଶାରେ ନବନିର୍ମିତ ଟ୍ରାକ ମାଲେସିଆରେ ଥିବା ଟ୍ରାକଠୁ ଅଧିକ। ଓଡ଼ିଶାରେ ୬ଟି ବନ୍ଦେ ଭାରତ ବର୍ତ୍ତମାନ ଚାଲୁଛି। ଏହା ଛଡ଼ା ୭୮ ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି। ଓଡ଼ିଶାରେ ୧୮୯୮ କିମି ଟ୍ରାକ୍‌ରେ କବଚ ଲାଗିବା କାମ ମଧ୍ୟ ସରିଛି।

ଅନ୍ୟପକ୍ଷେ ଏଥର ରେଳ ବଜେଟରେ ବିଶେଷ କରି ଯାତ୍ରୀ ନିରାପତ୍ତା ଓ ବିଦ୍ୟୁତ୍‌ କରଣ ଉପରେ ଫୋକସ କରାଯାଇଛି । ଦେଶରେ ଚାଲିବ ୧୦୦ ନୂଆ ‘ଅମୃତ ଭାରତ’ ଏବଂ ୫୦ଟି ‘ନମୋ ଭାରତ’ ଟ୍ରେନ । ସେହିଭଳି ଆଉ ୨୦୦ଟି ‘ବନ୍ଦେ ଭାରତ’ ଟ୍ରେନ ଗଡ଼ିବା ନେଇ ନିଷ୍ପତ୍ତି ନେଇଛି ରେଲଓ୍ବେ । ରେଳ ପଥର ଭିତ୍ତିଭୂମି ମଧ୍ୟ ସୁଦୃଢ କରିବା ପାଇଁ ବଜେଟରେ ବ୍ୟବସ୍ଥା କରାଯାଇଛି । ଦେଶରେ ଆଉ ୧ ହଜାର ବ୍ରିଜ ଏବଂ ଅଣ୍ଡର ପାସ ନିର୍ମାଣ କରାଯିବ । ଯେଉଁଠି ଆବଶ୍ୟକତା ଅଛି ସେଠାରେ ଅଗ୍ରାଧିକାର ଭିତ୍ତିରେ ବ୍ରିଜ ଏବଂ ଅଣ୍ଡର ପାସ ନିର୍ମାଣ କରିବାକୁ ଯାଉଛନ୍ତି ସରକାର । କେବଳ ସେତିକି ନୁହେଁ ଯାତ୍ରୀ ନିରାପତ୍ତା ବାବଦରେ ମୋଟ ୧ ଲକ୍ଷ ୧୬ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri