Posted inଜାତୀୟ

‘ଅଜ୍ଞାନୀ ଶିକ୍ଷାମନ୍ତ୍ରୀ, ନୀତୀଶ କୁମାର ଧ୍ରୁତରାଷ୍ଟ୍ର’, ରାମଚରିତ ମାନସ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ଅଶ୍ୱିନୀ ଚୌବେ, କହିଲେ ତୁରନ୍ତ ଦିଅନ୍ତୁ ଇସ୍ତଫା

ପାଟନା,୧୨ ।୧: ରାମଚରିତ ମାନସକୁ ନେଇ ବିବାଦୀୟ ବୟାନ ଦେଇ ଏବେ ସମ୍ପୂର୍ଣ୍ଣ ଭାବେ ଫସି ଯାଇଛନ୍ତି ବିହାରର ଶିକ୍ଷାମନ୍ତ୍ରୀ ଚନ୍ଦ୍ରଶେଖର ସିଂ । ପ୍ରାୟ ସମସ୍ତ ରାଜନୈତିକ ଦଳ ତାଙ୍କ ବୟାନକୁ ନେଇ ଆଲୋଚନା କରିଛନ୍ତି । ଏବେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ବି ଚନ୍ଦ୍ରଶେଖରଙ୍କ ବୟାନକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ।
ଅଶ୍ୱିନୀ ଚୌବେ କହିଛନ୍ତି, ଏ ହେଉଛନ୍ତି ଅଜ୍ଞାନୀ ଶିକ୍ଷାମନ୍ତ୍ରୀ । ସେ ହଜାର ହଜାର ଧର୍ମାବଲମ୍ବିଙ୍କ ଅପମାନ କରିଛନ୍ତି । ଦୁର୍ଭାଗ୍ୟପୂର୍ଣ୍ଣ ଯେ ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଧ୍ରୁତରାଷ୍ଟ୍ର ହୋଇ ବସିଛନ୍ତି । ରାମଚରିତ ମାନସ ଏକ ଜୀବନ ପଦ୍ଧତି, ଏମିତି ଶିକ୍ଷାମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବା ଦରକାର । ମୁଁ ଏବେ ବକ୍ସର ଯାଉଛି । ଏମିତି ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବା ଦରକାର । ନୀତୀଶ କୁମାର ଧ୍ରୁତରଷ୍ଟ୍ର ହୋଇ ବସିଛନ୍ତି ।

ସୂଚନାଯୋଗ୍ୟ, ବିହାରର ଶିକ୍ଷାମନ୍ତ୍ରୀ ଚନ୍ଦ୍ରଶେଖର ଏମିତି ଏକ ବୟାନ ଦେଇ ବିବାଦ ଠିଆ କରାଇଛନ୍ତି, ଯାହା ଏବେ ରାଜନୀତିକୁ ସରଗରମ କରିଛନ୍ତି । ଚନ୍ଦ୍ରଶେଖର କହିଥିଲେ ହିନ୍ଦୁ ଗ୍ରନ୍ଥ ରାମଚରିତ ମାନସକୁ ମନୁସ୍ମୃତି ଭଳି ଜାଳି ଦେବା ଦରକାର, କାରଣ ଏହା ସମାଜରେ ଜାତି ବିଭାଜନକୁ ପ୍ରୋତ୍ସାହିତ କରୁଛି । ପାଟନାର ନାଳନ୍ଦା ଓପନ ୟୁନିଭର୍ସିଟିର ୧୫ ତମ ଦିକ୍ଷାନ୍ତ ସମାରୋହରେ ଚନ୍ଦ୍ରଶେଖର ଏହି ଟିପ୍ପଣୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri