୧୯ରେ ଓଡ଼ିଶା ଗସ୍ତରେ ଅଶ୍ୱିନୀ, ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୧୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ଜନ ଆଶୀର୍ବାଦ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ। ନିକଟରେ ମୋଦି ସରକାର ମନ୍ତ୍ରିମଣ୍ଡଳ ପରିବର୍ତ୍ତନ କରିବା ପରେ ଏହା ଧର୍ମେନ୍ଦ୍ର ଓ ଅଶ୍ୱିନୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ହେବ। ଭାଜପା ସାରା ଦେଶରେ ଜନ ଆଶୀର୍ବାଦ ଯାତ୍ରା ନାମରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏଥିଲାଗି ଦେଶର ସବୁ କେନ୍ଦ୍ରମନ୍ତ୍ରୀ ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ସେହି କ୍ରମରେ ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ଆସିବେ। ୧୯ ତାରିଖରେ ଦୁଇ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ ନେତା ଓ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବାର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି। ସେଠାରୁ ଦୁହେଁ ସିଧା ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ପୁରୀରୁ ଫେରି ଉଭୟ ଟ୍ରେନ୍‌ ଯୋଗେ ରାୟଗଡ଼ା ଗସ୍ତରେ ଯିବେ। ରାୟଗଡ଼ାଠାରୁ ସେମାନେ ନବରଙ୍ଗପୁର, ପରେ କଳାହାଣ୍ଡି ଏବଂ ବଲାଙ୍ଗୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହିସବୁ ଜିଲା କାର୍ଯ୍ୟକ୍ରମ ଶେଷ କରି ଉଭୟ ୨୨ ତାରିଖରେ ଭୁବନେଶ୍ୱର ଫେରିଆସିବେ। ଦୁଇ କେନ୍ଦ୍ରମନ୍ତ୍ରୀ ଗସ୍ତ କରିବାକୁ ଥିବା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ଜନ ଆଶୀର୍ବାଦ ଯାତ୍ରାକୁ ସଫଳ କରିବେ ବୋଲି ଜଣାପଡ଼ିଛି। ଓଡ଼ିଶାରେ ହେବାକୁ ଥିବା ବିଭିନ୍ନ ରେଳ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ଗୁରୁବାର ଭାଜପାର କେତେଜଣ ବିଧାୟକ ଏବଂ ଏମ୍‌ପି ଯାଇ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ଥିବା କାରଣରୁ ସେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ନାହିଁ। ତେବେ ଏହି କାର୍ଯ୍ୟକ୍ରମ ନେଇ ଦଳର ରାଜ୍ୟ ନେତୃବୃନ୍ଦଙ୍କ ନିକଟରେ ଏପର୍ଯ୍ୟନ୍ତ କୌଣସି ଖବର ନ ଥିବା କେତେଜଣ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri