Posted inଜାତୀୟ

‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି।

ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର ଯେପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ କାନ୍ଧକୁ କାନ୍ଧ ମିଶାଇ ଚାଲୁଛନ୍ତି, ତାଙ୍କୁ ଉପପ୍ରଧାନମନ୍ତ୍ରୀ କରାଯିବା ଉଚିତ। ସେ କହିଥିଲେ ଯେ ଯଦି ନୀତିଶ ଉପପ୍ରଧାନମନ୍ତ୍ରୀ ହୁଅନ୍ତି, ତେବେ ବିହାରର ବିକାଶ ହେବ ଏବଂ ଜଗଜୀବନ ରାମଙ୍କ ପରେ ବିହାରକୁ ଦ୍ୱିତୀୟ ଉପପ୍ରଧାନମନ୍ତ୍ରୀ ମିଳିବ।

ଗତ ବର୍ଷ ଲୋକ ସଭା ନିର୍ବାଚନ ସମୟରେ, ଏକ ରିପୋର୍ଟ ଆସିଥିଲା। ଯେଉଁଥିରେ କୁହାଯାଇଥିଲା ଯେ ବିରୋଧୀ ଦଳଗୁଡ଼ିକର ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ଜନତା ଦଳ (ୟୁନାଇଟେଡ)କୁ ପ୍ରଲୋଭିତ କରିବା ପାଇଁ ନୀତିଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ପଦ ପ୍ରଦାନ କରିଥିଲା।

ତଥାପି ନୀତିଶ ସମୟ ସମୟରେ ସ୍ପଷ୍ଟ ଭାବରେ କହି ଆସୁଛନ୍ତି ଯେ ସେ ଏନଡିଏ ଛାଡି କୌଣସି ସ୍ଥାନକୁ ଯିବେ ନାହିଁ। ଥରେ କିମ୍ବା ଦୁଇଥର ଏପଟସେପଟ ହୋଇଯାଇଛନ୍ତି, କିନ୍ତୁ ଆଉ ନୁହେଁ।

ନିର୍ବାଚନ କମିଶନଙ୍କ ଅନୁଯାୟୀ, ୨୦୨୪ ନିର୍ବାଚନରେ ଭାଜପା ୨୪୦ଟି ଆସନ ଜିତିଥିଲା, ଯାହା ୨୦୧୯ରେ ୩୦୩ଟି ଆସନ ତୁଳନାରେ ବହୁତ କମ। ଅପରପକ୍ଷେ କଂଗ୍ରେସ ୯୯ଟି ଆସନ ଜିତିଥିଲା। ଭାଜପା ନେତୃତ୍ୱାଧୀନ ଏନଡିଏ ୨୯୩ଟି ଆସନ ଜିତିଥିଲା। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେଲେ। ତେବେ ଭାଜପାକୁ କ୍ଷମତାକୁ ଆଣିବାରେ ଜେଡିୟୁ ଏବଂ ଟିଡିପି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ଅପରପକ୍ଷେ ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି। ଅନେକ ଭାଜପା ନେତା କହିଛନ୍ତି ଯେ ରାଜ୍ୟ ନିର୍ବାଚନ ନୀତୀଶ କୁମାରଙ୍କ ନେତୃତ୍ୱରେ ଲଢ଼ାଯିବ।

ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ କହିଥିଲେ ଯେ ନୀତିଶ କୁମାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିହାରରେ ଏନଡିଏ କାମ କରୁଛି ଏବଂ ଆମେ ଉଭୟ ନେତାଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ିବୁ। ୨୦୨୦ ମସିହାରେ ମଧ୍ୟ ମେଣ୍ଟ ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଘୋଷଣା କରିଥିଲା। ଭବିଷ୍ୟତରେ ମଧ୍ୟ ଆମେ ନୀତିଶ କୁମାର ଏବଂ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ର୍ନିବାଚନ ଲଢ଼ିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri