ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ସେ ଦୃଢ଼ ଦାବି ଉପସ୍ଥାପନ ରଖିଛନ୍ତି।

ଏମପି ମୁନ୍ନା ଖାଁ କହିଛନ୍ତି ”୨୦୧୬ ମସିହାରେ ଓଡ଼ିଶା ସରକାର ଏବଂ ତତ୍କାଳୀନ ରେଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କ ମଧ୍ୟରେ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଥିଲା। ରାଜ୍ୟ ସରକାର ଜମି ଅଧିଗ୍ରହଣର ସମସ୍ତ ଖର୍ଚ୍ଚ ସହ ଜୟପୁର-ନବରଙ୍ଗପୁର ଲାଇନ ପାଇଁ ୫୦% ଏବଂ ଜୟପୁର-ମାଲକାନଗିରି ଲାଇନ ପାଇଁ ୨୫% ନିର୍ମାଣ ଖର୍ଚ୍ଚ ବହନ କରିବାକୁ ରାଜି ହୋଇଥିଲେ।’

ତେବେ ଦୀର୍ଘ ଏକ ଦଶନ୍ଧି ବିତିଯାଇଥିଲେ ମଧ୍ୟ ମାତ୍ର ୪୦ କିଲୋମିଟରର ଏହି ରେଳ ଲାଇନ କାମ ଶେଷ ହୋଇପାରି ନାହିଁ। ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିବା ବର୍ତ୍ତମାନର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏଥିପ୍ରତି ଦୃଷ୍ଟି ନଦେବା ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର ଥାଇ ମଧ୍ୟ ପ୍ରତିଶୃତି ମୁତାବକ ଭିତ୍ତିଭୂମି ବିକାଶ ହେଉନଥିବା ନେଇ ସେ ପ୍ରଶ୍ନ ଉଠାଇଛନ୍ତି।

ଶେଷରେ ମୁନ୍ନା ଖାଁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଏହି ରେଳ ପ୍ରକଳ୍ପ କାମ ଶୀଘ୍ର ସମ୍ପୂର୍ଣ୍ଣ ନହୁଏ, ତେବେ ଆଗାମୀ ଦିନରେ ରେଳ ମନ୍ତ୍ରୀ ଓଡ଼ିଶା ଗସ୍ତ ସମୟରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇପାରନ୍ତି। ଆଦିବାସୀ ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ନିଜର ପ୍ରତିଶୃତି ପାଳନ କରନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri