ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୦।୯: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।

ମୁଖ୍ୟମନ୍ତ୍ରୀ ମାଝୀ ରେଳ ମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri