ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ: ଭବିଷ୍ୟତରେ…

ଭୁବନେଶ୍ୱର, ୧୫ା୫(ବନ୍ଦନା ସେଠୀ)ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ବଡ଼ ପଦକ୍ଷେପ ସ୍ବରୂପ ୧୮୪୦୭/୧୮୪୦୮ ପୁରୀ-କୋରାପୁଟ ମଧ୍ୟରେ ନୂତନ ତ୍ରି-ସାପ୍ତାହିକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଏହି ଟ୍ରେନ୍‌ ସେବା ପ୍ରଥମଥର ପାଇଁ ପୁରୀ ଏବଂ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସିଧାସଳଖ ରେଳ ସଂଯୋଗ କରିବ। ଏହି ସେବା ତୀର୍ଥଯାତ୍ରା, ପର୍ଯ୍ୟଟନ, ଶିକ୍ଷା, ସ୍ବାସ୍ଥ୍ୟସେବା, ନିଯୁକ୍ତି ଏବଂ ବ୍ୟବସାୟିକ ଯାତ୍ରାରେ ସୁଧାର ଆଣିବ। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୯୦,୦୦୦ କୋଟି ଟଙ୍କାର ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ପ୍ରମୁଖ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଜୁନାଗଡ଼-ନବରଙ୍ଗପୁର, ନବରଙ୍ଗପୁର-ଜୟପୁର, ଜୟପୁର-ମାଲକାନଗିରି, ବରଗଡ଼-ନୂଆପଡ଼ା, ଗୁଣପୁର-ଥେରୁବାଲି, ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ଏବଂ ବିମଳାଗଡ଼-ତାଳଚେର ରେଳଲାଇନ ପ୍ରକଳ୍ପ ଅନ୍ତର୍ଭୁକ୍ତ। ଅପରପକ୍ଷେ ଦୀର୍ଘଦିନରୁ ବିଳମ୍ବିତ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ଦ୍ରୁତଗତିରେ ଆଗେଇ ଚାଲିଛି ଏବଂ ଏହାକୁ ୨୦୨୭ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ଦେଇ ଯାଇଥିବା ହାଓଡା-ଚେନ୍ନାଇ ମୁଖ୍ୟ କରିଡରରେ ୪ଲେନ୍‌ କାର୍ଯ୍ୟ ଚାଲିଛି। ନୂତନ ଲାଇନ ଏବଂ ପ୍ରମୁଖ କ୍ଷମତା ବୃଦ୍ଧି କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଓଡ଼ିଶା ଭବିଷ୍ୟତରେ ପ୍ରାୟ ୫୦୦ଟି ଅତିରିକ୍ତ ଟ୍ରେନ୍‌ ଚଲାଇବାର କ୍ଷମତା ହାସଲ କରିବ। ଏଥିସହ ଅମୃତ ଷ୍ଟେଶନ ଯୋଜନା ଅଧୀନରେ ଓଡ଼ିଶାର ୫୯ଟି ରେଳ ଷ୍ଟେଶନର ପୁନର୍ବିକାଶ କରାଯାଉଛି। ଏଥିରେ ଭୁବନେଶ୍ୱର, ପୁରୀ, ସମ୍ବଲପୁର, ବ୍ରହ୍ମପୁର, ତାଳଚେର ଏବଂ ବାରିପଦା ଷ୍ଟେଶନ ସାମିଲ ରହିଛି। ପ୍ରସ୍ତାବିତ ପୁରୀ-କୋଣାର୍କ ରେଳ ସଂଯୋଗୀକରଣ ପ୍ରକଳ୍ପ ପାଇଁ ଏକ ନୂତନ ଡିପିଆର୍‌ ମଧ୍ୟ ପ୍ରସ୍ତୁତ କରାଯାଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri