ଗୋଳନ୍ଥରା ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣା: ଏଏସ୍‌ଆଇ, କନଷ୍ଟେବଳ ନିଲମ୍ବିତ

ଗୋପାଳପୁର,୪ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପରିସରରେ ସୋମବାର ରାତିରେ ଜଣେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଥାନା ଏଏସ୍‌ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଓ କନଷ୍ଟେବଳ ଡିପି ଜେନାଙ୍କୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ମଙ୍ଗଳବାର ନିଲମ୍ବନ କରିଛନ୍ତି। ସେହିପରି ଥାନାଧିକାରୀ ବାବୁଲି ନାୟକଙ୍କୁ ଘଟଣାର ତଦନ୍ତ ସରିବା ପର୍ଯ୍ୟନ୍ତ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତଙ୍କୁ ଗୋଳନ୍ଥରା ଥାନା ଦାୟିତ୍ୱ ଦିଆଯାଇଛି।
ପ୍ରକାଶ ଯେ, ସୋମବାର ଅପରାହ୍ନରେ ଗୋଳନ୍ଥରା ଥାନା ଅନ୍ତର୍ଗତ ରଙ୍ଗିପୁରର ଗଣେଶ ଡାକୁଆ ଗାଁରେ ଗଣ୍ଡଗୋଳ କରିଥିଲେ। ଏ ନେଇ ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ପହଞ୍ଚତ୍ ଗଣେଶଙ୍କୁ କାବୁ କରି ଥାନାକୁ ନେଇ ଶିଶୁ ଓ ମହିଳା ଅଭ୍ୟର୍ଥନା କକ୍ଷରେ ରଖି ପଚରାଉଚୁରା କରିଥିଲା। ରାତି ପ୍ରାୟ ୮ଟାରେ ପୋଲିସ କର୍ମଚାରୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଗଣେଶ ପିନ୍ଧିଥିବା ବେଲ୍ଟକୁ ବେକରେ ବାନ୍ଧି ଝରକାରେ ଝୁଲି ପଡ଼ିଥିଲେ। ଏହା ଦେଖି ଦାୟିତ୍ୱରେ ଥିବା ସେଣ୍ଟ୍ରି ଗଣେଶଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଏହି ସମ୍ବେଦନଶୀଳ ଘଟଣା ପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ରାତିରେ ମାଜିଷ୍ଟ୍ରେଟ, ମୃତକଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ମଙ୍ଗଳବାର ଭୋର୍‌ରେ ପୋଲିସ ଗଣେଶଙ୍କ ପରିବାରକୁ ମୃତଦେହ ହସ୍ତାନ୍ତର କରିଥିଲା। ଏନେଇ ବୈଦ୍ୟନାଥପୁର ଥାନାରେ ନଂ.୨୨୫/୨୧ରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଭାର ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରକାଶ ଜେନାଙ୍କୁ ପ୍ରଦାନ କରାଯାଇଛି। ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍‌ପି ଓ ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ଗୋଳନ୍ଥରା ଥାନାକୁ ଯାଇ ଘଟଣାସ୍ଥଳ ପରିଦର୍ଶନ କରିିଥିଲେ। ଗଣେଶଙ୍କ ଆତ୍ମହତ୍ୟା ଘଟଣାରେ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟଙ୍କ ରିପୋର୍ଟକୁ ଆଧାର କରି ଅବହେଳା କରିଥିବା ପୋଲିସ କର୍ମଚାରୀ ଏଏସଆଇ ଓ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି। ତେବେ ଘଟଣାର ଠିକ୍‌ ତଦନ୍ତ କରାଗଲେ ଗଣେଶ ଆତ୍ମହତ୍ୟା କରିଛନ୍ତି ନା ମାରି ଦିଆଯାଇଛି ତାହା ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri