ଗୋଳନ୍ଥରା ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣା: ଏଏସ୍‌ଆଇ, କନଷ୍ଟେବଳ ନିଲମ୍ବିତ

ଗୋପାଳପୁର,୪ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପରିସରରେ ସୋମବାର ରାତିରେ ଜଣେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଥାନା ଏଏସ୍‌ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଓ କନଷ୍ଟେବଳ ଡିପି ଜେନାଙ୍କୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ମଙ୍ଗଳବାର ନିଲମ୍ବନ କରିଛନ୍ତି। ସେହିପରି ଥାନାଧିକାରୀ ବାବୁଲି ନାୟକଙ୍କୁ ଘଟଣାର ତଦନ୍ତ ସରିବା ପର୍ଯ୍ୟନ୍ତ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତଙ୍କୁ ଗୋଳନ୍ଥରା ଥାନା ଦାୟିତ୍ୱ ଦିଆଯାଇଛି।
ପ୍ରକାଶ ଯେ, ସୋମବାର ଅପରାହ୍ନରେ ଗୋଳନ୍ଥରା ଥାନା ଅନ୍ତର୍ଗତ ରଙ୍ଗିପୁରର ଗଣେଶ ଡାକୁଆ ଗାଁରେ ଗଣ୍ଡଗୋଳ କରିଥିଲେ। ଏ ନେଇ ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ପହଞ୍ଚତ୍ ଗଣେଶଙ୍କୁ କାବୁ କରି ଥାନାକୁ ନେଇ ଶିଶୁ ଓ ମହିଳା ଅଭ୍ୟର୍ଥନା କକ୍ଷରେ ରଖି ପଚରାଉଚୁରା କରିଥିଲା। ରାତି ପ୍ରାୟ ୮ଟାରେ ପୋଲିସ କର୍ମଚାରୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଗଣେଶ ପିନ୍ଧିଥିବା ବେଲ୍ଟକୁ ବେକରେ ବାନ୍ଧି ଝରକାରେ ଝୁଲି ପଡ଼ିଥିଲେ। ଏହା ଦେଖି ଦାୟିତ୍ୱରେ ଥିବା ସେଣ୍ଟ୍ରି ଗଣେଶଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଏହି ସମ୍ବେଦନଶୀଳ ଘଟଣା ପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ରାତିରେ ମାଜିଷ୍ଟ୍ରେଟ, ମୃତକଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ମଙ୍ଗଳବାର ଭୋର୍‌ରେ ପୋଲିସ ଗଣେଶଙ୍କ ପରିବାରକୁ ମୃତଦେହ ହସ୍ତାନ୍ତର କରିଥିଲା। ଏନେଇ ବୈଦ୍ୟନାଥପୁର ଥାନାରେ ନଂ.୨୨୫/୨୧ରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଭାର ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରକାଶ ଜେନାଙ୍କୁ ପ୍ରଦାନ କରାଯାଇଛି। ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍‌ପି ଓ ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ଗୋଳନ୍ଥରା ଥାନାକୁ ଯାଇ ଘଟଣାସ୍ଥଳ ପରିଦର୍ଶନ କରିିଥିଲେ। ଗଣେଶଙ୍କ ଆତ୍ମହତ୍ୟା ଘଟଣାରେ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟଙ୍କ ରିପୋର୍ଟକୁ ଆଧାର କରି ଅବହେଳା କରିଥିବା ପୋଲିସ କର୍ମଚାରୀ ଏଏସଆଇ ଓ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି। ତେବେ ଘଟଣାର ଠିକ୍‌ ତଦନ୍ତ କରାଗଲେ ଗଣେଶ ଆତ୍ମହତ୍ୟା କରିଛନ୍ତି ନା ମାରି ଦିଆଯାଇଛି ତାହା ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri