କୋଭିଡ୍‌ ହସ୍ପିଟାଲରେ ଏଏସ୍‌ଆଇଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ୍‌,୩୧ା୭- ଗଞ୍ଜାମ ଜିଲାରେ କରେନା କାୟା ବିସ୍ତାର କରି ଚାଲିଛି। ଏହାକୁ ପ୍ରତିହତ କରିବା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧାମାନେ ମଧ୍ୟ ସଂକ୍ରମିତ ହେଉଛନ୍ତି। ବ୍ରହ୍ମପୁରରେ କାର୍ଯ୍ୟରତ ଜଣେ ପୋଲିସ୍‌ ଏଏସ୍‌ଆଇ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ମଣ୍ଡଳ(୫୮)। କୃଷ୍ଣଚନ୍ଦ୍ର ବ୍ରହ୍ମପୁର ଟ୍ରାଫିକ ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ। ପୋଲିସ ଅଧିକାରୀମାନଙ୍କ ଉପସ୍ଥିତିରେ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।
କୃଷ୍ଣଚନ୍ଦ୍ରଙ୍କ ନିଜ ଘର ଗଜପତି ଜିଲା ରାମଗିରି ନିକଟ ମଣ୍ଡଳସାହିରେ। ପରିବାର ସହ ଲାଞ୍ଜିପଲ୍ଲୀରେ ସେ ଘରଭଡ଼ା ନେଇ ରହୁଥିଲେ। ମାର୍ଚ୍ଚ ୨୬ ତାରିଖରେ ବ୍ରହ୍ମପୁର ଟ୍ରାଫିକ ଥାନାରେ ଏଏସ୍‌ଆଇ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଗତ ୨୨ ତାରିଖରେ ଜ୍ୱର ଓ କାଶ ହେବାରୁ ସ୍ବାବ୍‌ ପରୀକ୍ଷା କରାଇଥିଲେ। ୨୫ ତାରିଖରେ ରିପୋର୍ଟ ପଜିଟିଭ୍‌ ଆସିବାରୁ କୃଷ୍ଣଚନ୍ଦ୍ରଙ୍କୁ ଶୀତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ ସୂଚନା ଦେଇଛନ୍ତି। ପରିବାର ଲୋକେ ହସ୍ପିଟାଲ ନିକଟକୁ ଆସି ଶେଷ ଦର୍ଶନ କରିଥିଲେ। ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଏଏସ୍‌ପି ରାଉତରାୟ, ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ଟ୍ରାଫିକ ଡିଏସ୍‌ପି ସାର୍ଥକ ରାୟ ପ୍ରମୁଖଙ୍କ ଉପସ୍ଥିତିରେ କରୋନା ଯୋଦ୍ଧା କୃଷ୍ଣଚନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ଖ୍ରୀଷ୍ଟ ଧର୍ମାନୁସାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri