ପୁରୁଣା ଫଟୋ କପି ଦେଲା ଏଏସ୍‌ଆଇ

ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଗର୍ଭଗୃହ ଏବଂ ରତ୍ନସିଂହାସନର ଅନେକ ପୁରୁଣା ଫଟୋ କପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଛି। ପଥର ଉଭାନ ଅଭିଯୋଗ ଆସିବା ପରେ ଏହାକୁ ଗୁରୁତ୍ୱର ସହ ନେଇଛି ମନ୍ଦିର ପ୍ରଶାସନ। ଏହାର ସତ୍ୟାସତ୍ୟ ପାଇଁ ଏଏସ୍‌ଆଇଠାରୁ ରତ୍ନସିଂହାସନର ପୁରୁଣା ଫଟୋ ମଗାଯାଇଥିଲା।
ରତ୍ନସିଂହାସନରୁ ଖୋଦିତ ପଥର ଉଭାନ ଅଭିଯୋଗ ହେବା ପରେ ଗତ ବୁଧବାର ପରିଚାଳନା କମିଟିର ୩ ସେବାୟତ ପ୍ରତିନିଧି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ଏଏସ୍‌ଆଇ ଅଧିକାରୀ ଏହାର ଯାଞ୍ଚ କରିଥିଲେ। ୩ଜଣ ସେବାୟତ ଗର୍ଭଗୃହ ଭିତରକୁ ଯାଇ ରତ୍ନସିଂହାସନର ସେହି ସ୍ଥାନ ଅନୁଧ୍ୟାନ କରିଥିଲେ। ତେବେ ସମ୍ପୃକ୍ତ ସ୍ଥାନ ଏଥର ମରାମତି ହୋଇଛି ନା ନାହିଁ ତାହାର ଅନୁଧ୍ୟାନ ପାଇଁ ଏଏସ୍‌ଆଇଠାରୁ ରତ୍ନସିଂହାସନର ପୁରୁଣା ଫଟୋ ମଗାଯାଇଥିଲା। ଏହି ଅନୁଯାୟୀ ଏଏସ୍‌ଆଇ ୨୦୧୪-୧୫ ମସିହା ପରଠାରୁ ୨୦୨୦ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଗର୍ଭଗୃହ ଏବଂ ରତ୍ନସିଂହାସନର ସମସ୍ତ ଫଟୋ ଶ୍ରୀମନ୍ଦିରର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କୁ ହସ୍ତାନ୍ତର କରିଛି। ମାତ୍ର ରତ୍ନସିଂହାସନର ପ୍ରାୟ ସବୁ ଫଟୋରେ ଚାରମାଳ ବନ୍ଧାଯାଇଥିବା ସୂଚନା ମିଳିଛି। ପୁରୁଣା ଫଟୋ ଏବଂ ବର୍ତ୍ତମାନର ସ୍ଥିତାବସ୍ଥା କ’ଣ ରହିଛି ତାହାର ଅନୁଧ୍ୟାନ କରାଯିବ ବୋଲି ଜଣାପଡ଼ିିଛି। ଯଦି କେହି ପଥର ନେଇଯାଇଥିବା ପ୍ରମାଣ ମିଳେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନାଥାଉ କି, ସେବାୟତ ଈପ୍‌ସିତ ପ୍ରତିହାରୀ ଗତ ମଙ୍ଗଳବାର ଗଣମାଧ୍ୟମ ସମ୍ମୁଖରେ ରତ୍ନସିଂହାସନରୁ ପଦ୍ମଫୁଲ ଖୋଦିତ ଖଣ୍ଡିଏ ପଥର ଉଭାନ ହୋଇଥିବା କହିଥିଲେ। ଏହି ପଥରରେ ଦେଢଟି ପଦ୍ମ ପାଖୁଡ଼ା ଖୋଦିତ ହୋଇଥିଲା, ଯାହା ଏବେ ପ୍ଲେନ ରହିଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଶ୍ରୀସୁଦର୍ଶନଙ୍କ ସମ୍ମୁଖ ଭାଗରେ ରହିଥିବା ଏହି ଖୋଦିତ ପଥର ଉଭାନ ହୋଇଥିବା ସେ ଅଭିଯୋଗ ରଖିଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହାର ଖୋଳତାଡ଼ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri