ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ। ଶୁକ୍ରବାର ତାଙ୍କୁ ଗିରଫ କରାଯାଇ ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି। ଏହି ସମ୍ପର୍କରେ, ଓଡ଼ିଶା ଭିଜିଲାନ୍ସ ଏଏସ୍‌ଆଇ ଦାସଙ୍କ ବିରୋଧାର ରାଉରକେଲା ଭିଜିଲାନ୍ସ ଥାନା କେସ ନମ୍ବର ୧/୧୧.୩.୨୦୨୬ U/s-୭PC (ସଂଶୋଧନ) ଆଇନ ଅନୁଯାୟୀ ମାମଲା ରୁଜୁ କରିଛି।

ଭିଜିଲାନ୍ସ ହାତରେ ଧରାପଡିବା ପରେ ତୁରନ୍ତ ଭିଜିଲାନ୍ସ ଅଧିକାରୀମାନେ ଏଏସଆଇ ଦାସଙ୍କ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ,ଦାସଙ୍କ ଭୁବନେଶ୍ୱର ଏବଂ ବଡ଼ଗାଁ ସରକାରୀ କ୍ୱାଟର୍ସରୁ ନଗଦ୩ ଲକ୍ଷ ୩୧ହଜାର ୩୧୬ଟଙ୍କା ଟଙ୍କା ଜବତ କରାଯାଇଥିଲା। ଏହା ବ୍ୟତୀତ, ସେ ଗତ ବର୍ଷ ମେ ମାସରେ ଭିଏତନାମା ଗସ୍ତ କରିଥିବା ଜଣାପଡିଥିଲା। ଏହା ସହିତ, ତାଙ୍କ ପାଖରେ ଭିଏତନାମା ଏବଂ ନେପାଳର କିଛି ବିଦେଶୀ ମୁଦ୍ରା ଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri