୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ହାଇକୋର୍ଟଙ୍କୁ ୨ ସପ୍ତାହ ସମୟ ମାଗିଛନ୍ତି। ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଓ ଏଏସ୍‌ଆଇ ବିଶେଷଜ୍ଞ ଟିମ୍‌ ମିଳିତ ଭାବେ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି। ମେ’ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି।
ମାମଲାର ବିବରଣୀରୁ ପ୍ରକାଶ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବନ୍ଦ ପାଇଁ ପୁରୀର ଦିଲୀପ ବରାଳ ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ। ସେ ଆବେଦନରେ ଦର୍ଶାଇଥିଲେ, ରାଜ୍ୟ ସରକାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧି ଭିତରେ ବଡ଼ ବଡ଼ ଗାତ ଖୋଳି ନିର୍ମାଣ କାର୍ଯ୍ୟ କରୁଛନ୍ତି। ଏଥିପାଇଁ କେନ୍ଦ୍ର ସରକାରଙ୍କଠାରୁ ଅନୁମତି ନିଆଯାଇନାହିଁ। ଫଳରେ ଏହା ଧାରା ୨୦-ଏର ଉଲ୍ଲଂଘନ କରୁଛି। ପ୍ରକଳ୍ପ କାର୍ଯ୍ୟ ପାଇଁ ହେଉଥିବା କମ୍ପନ ଯୋଗୁ ଶ୍ରୀମନ୍ଦିର ପ୍ରତି ବିପଦ ରହିଛି। ଏପରି କି ଶ୍ରୀମନ୍ଦିର ନାଟ ମଣ୍ଡପରେ ଫାଟ ସୃଷ୍ଟି ହୋଇଥିବା ପିଟିଶନରେ ଦର୍ଶାଇଥିଲେ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ରାଧାକୃଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାର, ଏଏସ୍‌ଆଇକୁ ଜବାବ ତଲବ କରିଥିଲେ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ କ’ଣ ନିର୍ମାଣ ଚାଲିଛି, ନିର୍ମାଣ ପାଇଁ ଅନୁମତି ଅଛି କି ନାହିଁ, ନିର୍ମାଣ ଦ୍ୱାରା ଶ୍ରୀମନ୍ଦିର ପ୍ରତି ବିପଦ ଅଛି କି ନାହିଁ, ସେ ସମ୍ପର୍କରେ ବିସ୍ତୃତ ଭାବେ ସତ୍ୟପାଠ ଜରିଆରେ ଉତ୍ତର ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟ ସରକାର, ଏଏସ୍‌ଆଇ ତଥ୍ୟ ଦାଖଲ କରିପାରି ନ ଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?