୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ହାଇକୋର୍ଟଙ୍କୁ ୨ ସପ୍ତାହ ସମୟ ମାଗିଛନ୍ତି। ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଓ ଏଏସ୍‌ଆଇ ବିଶେଷଜ୍ଞ ଟିମ୍‌ ମିଳିତ ଭାବେ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି। ମେ’ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି।
ମାମଲାର ବିବରଣୀରୁ ପ୍ରକାଶ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବନ୍ଦ ପାଇଁ ପୁରୀର ଦିଲୀପ ବରାଳ ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ। ସେ ଆବେଦନରେ ଦର୍ଶାଇଥିଲେ, ରାଜ୍ୟ ସରକାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧି ଭିତରେ ବଡ଼ ବଡ଼ ଗାତ ଖୋଳି ନିର୍ମାଣ କାର୍ଯ୍ୟ କରୁଛନ୍ତି। ଏଥିପାଇଁ କେନ୍ଦ୍ର ସରକାରଙ୍କଠାରୁ ଅନୁମତି ନିଆଯାଇନାହିଁ। ଫଳରେ ଏହା ଧାରା ୨୦-ଏର ଉଲ୍ଲଂଘନ କରୁଛି। ପ୍ରକଳ୍ପ କାର୍ଯ୍ୟ ପାଇଁ ହେଉଥିବା କମ୍ପନ ଯୋଗୁ ଶ୍ରୀମନ୍ଦିର ପ୍ରତି ବିପଦ ରହିଛି। ଏପରି କି ଶ୍ରୀମନ୍ଦିର ନାଟ ମଣ୍ଡପରେ ଫାଟ ସୃଷ୍ଟି ହୋଇଥିବା ପିଟିଶନରେ ଦର୍ଶାଇଥିଲେ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ରାଧାକୃଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାର, ଏଏସ୍‌ଆଇକୁ ଜବାବ ତଲବ କରିଥିଲେ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ କ’ଣ ନିର୍ମାଣ ଚାଲିଛି, ନିର୍ମାଣ ପାଇଁ ଅନୁମତି ଅଛି କି ନାହିଁ, ନିର୍ମାଣ ଦ୍ୱାରା ଶ୍ରୀମନ୍ଦିର ପ୍ରତି ବିପଦ ଅଛି କି ନାହିଁ, ସେ ସମ୍ପର୍କରେ ବିସ୍ତୃତ ଭାବେ ସତ୍ୟପାଠ ଜରିଆରେ ଉତ୍ତର ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟ ସରକାର, ଏଏସ୍‌ଆଇ ତଥ୍ୟ ଦାଖଲ କରିପାରି ନ ଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri