ଚିଙ୍ଗୁଡ଼ି ସହ ୫ ହଜାର ଲାଞ୍ଚ ମାଗି ଏଏସ୍‌ଆଇ ନିଲମ୍ବିତ

ଭଦ୍ରକ ଅଫିସ/ଚାନ୍ଦବାଲି, ୩୦।୪ (ଡି.ଏନ.ଏ.)- ଜଣେ ଅଭିଯୁକ୍ତଙ୍କୁ ଖସାଇ ଦେବା ପାଇଁ ଚିଙ୍ଗୁଡ଼ି ସହ ୫ ହଜାର ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ଭଦ୍ରକ ଜିଲା ଚାନ୍ଦବାଲି ଥାନା ଏଏସ୍‌ଆଇ ହରେକୃଷ୍ଣ ପାଢ଼ୀ ନିଲମ୍ବିତ ହୋଇଛନ୍ତି। ଏଏସ୍‌ଆଇ ପାଢ଼ୀ ଏଭଳି ଲାଞ୍ଚ ମାଗୁଥିବାର ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଚାନ୍ଦବାଲି ଏସ୍‌ଡିପିଓ ଉମାଶଙ୍କର ମହାରଣା ଘଟଣାର ତଦନ୍ତ କରିବାରୁ ଏହି ଅଡିଓର ସତ୍ୟତା ଜଣାପଡ଼ିଥିଲା। ୨୦୧୮ର ଚାନ୍ଦବାଲି ଥାନା ଅଧୀନ ତେନ୍ତୁଲିଡିହି ପଞ୍ଚାୟତର ଏକ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଖସାଇଦେବା ତଥା ମାମଲାକୁ ରଫାଦଫା କରିବା ଲାଗି ଏଏସ୍‌ଆଇ ପାଢ଼ୀ ଲାଞ୍ଚ ମାଗିଥିଲେ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇ ଏସ୍‌ପି ଚରଣ ସିଂ ମୀନା ଗୁରୁବାର ତାଙ୍କୁ ନିଲମ୍ବନ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri