ଏଏସ୍‌ଆଇଙ୍କୁ ୩ ବର୍ଷ ଜେଲଦଣ୍ଡ, ବହିଷ୍କୃତ ହେବେ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ଏକ ଲାଞ୍ଚ କାରବାର ମାମଲାର ରାୟ ଦୀର୍ଘ ୯ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ଖୋର୍ଦ୍ଧା ଜିଲା ଟାଉନ ଥାନାର ପୂର୍ବତନ ଏଏସ୍‌ଆଇ ଲକ୍ଷ୍ମୀଧର ପଣ୍ଡାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ଏଥିସହ ତାଙ୍କୁ ୧୦ ହଜାର ଟଙ୍କାର ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ସତ୍ୟ ନାରାୟଣ ଷଡ଼ଙ୍ଗୀ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ତେବେ ଅଭିଯୁକ୍ତ ଲକ୍ଷ୍ମୀଧର ବର୍ତ୍ତମାନ ବାଣପୁର ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଦଣ୍ଡାଦେଶ ଆଧାରରେ ଲକ୍ଷ୍ମୀଧରଙ୍କୁ ଚାକିରିରୁ ବହିଷ୍କୃତ କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଟାଉନ ଥାନା ଅଞ୍ଚଳର ତ୍ରିଲୋଚନ ରଣସିଂଙ୍କ ଏତଲାକ୍ରମେ ଭିଜିଲାନ୍ସ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଥିଲା।
ଏକ ଜମିଜମା ମାମଲାକୁ କେନ୍ଦ୍ର କରି ପଡ଼ୋଶୀଙ୍କ ସହ ତ୍ରିଲୋଚନଙ୍କ ବାପାଙ୍କ ଗଣ୍ଡଗୋଳ ହୋଇଥିଲା। ଏନେଇ ତ୍ରିଲୋଚନଙ୍କ ବାପାଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ଏକ ମାମଲା (ନଂ.୨୬୦/୨୦୧୩) ରୁଜୁ କରାଯାଇଥିଲା। ଏହି ମାମଲାର ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଲକ୍ଷ୍ମୀଧର ଥିଲେ। ତେବେ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରବା ସହ ଏସଂକ୍ରାନ୍ତରେ ଚାର୍ଜଶିଟ ଦାଖଲ ପାଇଁ ଏଏସ୍‌ଆଇ ଲକ୍ଷ୍ମୀଧର ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଭିଜିଲାନ୍ସ ନିକଟରେ ତ୍ରିଲୋଚନ ଅଭିଯୋଗ କରିଥିଲେ। ପୂର୍ବଯୋଜନା ମୁତାବକ ଅଗଷ୍ଟ ୧୨ରେ ଶକୁନ୍ତଳା ମାର୍କେଟ କମ୍ପ୍ଲେକ୍ସ ନିକଟରେ ତ୍ରିଲୋଚନଙ୍କଠାରୁ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଲକ୍ଷ୍ମୀଧରଙ୍କୁ ଗିରଫ କରିଥିଲା। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୩୧/୨୦୨୩) ରୁଜୁ କରାଯାଇ ଲକ୍ଷ୍ମୀଧରଙ୍କୁ କୋର୍ଟଚାଲାଣ କରାଯାଇଥିଲା। ହେଲେ ସେ ପରବର୍ତ୍ତୀ ସମୟରେ ଜାମିନରେ ଆସିଥିଲେ। ଏହି ମାମଲାରେ ୨୦୧୪ରେ ଭିଜିଲାନ୍ସ ଚାର୍ଜଶିଟ ଦାଖଲ କରିବା ପରେ ମାମଲାର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୯ଜଣଙ୍କ ସାକ୍ଷ୍ୟ ଓ ଅନ୍ୟ ଦସ୍ତାବିଜ ଆଧାରରେ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri