ଏଏସ୍‌ଆଇଙ୍କୁ ୩ ବର୍ଷ ଜେଲଦଣ୍ଡ, ବହିଷ୍କୃତ ହେବେ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ଏକ ଲାଞ୍ଚ କାରବାର ମାମଲାର ରାୟ ଦୀର୍ଘ ୯ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ଖୋର୍ଦ୍ଧା ଜିଲା ଟାଉନ ଥାନାର ପୂର୍ବତନ ଏଏସ୍‌ଆଇ ଲକ୍ଷ୍ମୀଧର ପଣ୍ଡାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ଏଥିସହ ତାଙ୍କୁ ୧୦ ହଜାର ଟଙ୍କାର ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ସତ୍ୟ ନାରାୟଣ ଷଡ଼ଙ୍ଗୀ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ତେବେ ଅଭିଯୁକ୍ତ ଲକ୍ଷ୍ମୀଧର ବର୍ତ୍ତମାନ ବାଣପୁର ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଦଣ୍ଡାଦେଶ ଆଧାରରେ ଲକ୍ଷ୍ମୀଧରଙ୍କୁ ଚାକିରିରୁ ବହିଷ୍କୃତ କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଟାଉନ ଥାନା ଅଞ୍ଚଳର ତ୍ରିଲୋଚନ ରଣସିଂଙ୍କ ଏତଲାକ୍ରମେ ଭିଜିଲାନ୍ସ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଥିଲା।
ଏକ ଜମିଜମା ମାମଲାକୁ କେନ୍ଦ୍ର କରି ପଡ଼ୋଶୀଙ୍କ ସହ ତ୍ରିଲୋଚନଙ୍କ ବାପାଙ୍କ ଗଣ୍ଡଗୋଳ ହୋଇଥିଲା। ଏନେଇ ତ୍ରିଲୋଚନଙ୍କ ବାପାଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ଏକ ମାମଲା (ନଂ.୨୬୦/୨୦୧୩) ରୁଜୁ କରାଯାଇଥିଲା। ଏହି ମାମଲାର ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଲକ୍ଷ୍ମୀଧର ଥିଲେ। ତେବେ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରବା ସହ ଏସଂକ୍ରାନ୍ତରେ ଚାର୍ଜଶିଟ ଦାଖଲ ପାଇଁ ଏଏସ୍‌ଆଇ ଲକ୍ଷ୍ମୀଧର ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଭିଜିଲାନ୍ସ ନିକଟରେ ତ୍ରିଲୋଚନ ଅଭିଯୋଗ କରିଥିଲେ। ପୂର୍ବଯୋଜନା ମୁତାବକ ଅଗଷ୍ଟ ୧୨ରେ ଶକୁନ୍ତଳା ମାର୍କେଟ କମ୍ପ୍ଲେକ୍ସ ନିକଟରେ ତ୍ରିଲୋଚନଙ୍କଠାରୁ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଲକ୍ଷ୍ମୀଧରଙ୍କୁ ଗିରଫ କରିଥିଲା। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୩୧/୨୦୨୩) ରୁଜୁ କରାଯାଇ ଲକ୍ଷ୍ମୀଧରଙ୍କୁ କୋର୍ଟଚାଲାଣ କରାଯାଇଥିଲା। ହେଲେ ସେ ପରବର୍ତ୍ତୀ ସମୟରେ ଜାମିନରେ ଆସିଥିଲେ। ଏହି ମାମଲାରେ ୨୦୧୪ରେ ଭିଜିଲାନ୍ସ ଚାର୍ଜଶିଟ ଦାଖଲ କରିବା ପରେ ମାମଲାର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୯ଜଣଙ୍କ ସାକ୍ଷ୍ୟ ଓ ଅନ୍ୟ ଦସ୍ତାବିଜ ଆଧାରରେ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri