Posted inଖେଳ

୨ ସେପ୍ଟେମ୍ବରରେ ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳିବେନି ରାହୁଲ

ନୂଆଦିଲ୍ଲୀ,୨୧।୮: ୨୦୨୩ ଏସିଆ କପ ପାଇଁ ବିସିସିଆଇ ୧୮ ସଦସ୍ୟ ବିଶିଷ୍ଟ ଟିମ ଇଣ୍ଡିଆ ଘୋଷଣା କରିଛି। ମୁଖ୍ୟ ଦଳରେ ୧୭ ଖେଳାଳିଙ୍କୁ ଚୟନ କରାଯାଇଛି । ଏହି ସମୟରେ ସଞ୍ଜୁ ସାମସନ ଦଳ ସହିତ ୧୮ ତମ ଖେଳାଳି (ବ୍ୟାକ ଅପ) ଭାବରେ ଜଡିତ ରହିବେ। ଏସିଆ କପ ପାଇଁ ଟିମ ଇଣ୍ଡିଆରେ କେ.ଏଲ ରାହୁଲ ଏବଂ ଶ୍ରେୟସ ଆୟର ମଧ୍ୟ ମନୋନୀତ ହୋଇଛନ୍ତି। ତେବେ ଦଳର ଘୋଷଣା ସହିତ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଉଭୟ ଖେଳାଳିଙ୍କ ଫିଟନେସ ଉପରେ ମଧ୍ୟ ଏକ ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି।

ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର କହିଛନ୍ତି େ,ଯ କେ.ଏଲ ରାହୁଲ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ୍‌ ନୁହଁନ୍ତି। ଏସିଆ କପର ଆରମ୍ଭରେ ସେ ଏକ କିମ୍ବା ଦୁଇଟି ମ୍ୟାଚ ନ ଖେଳିପାରନ୍ତି। ଏଥିସହିତ ସେ କହିଛନ୍ତି ଯେ, ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଫିଟ୍‌ ଅଛନ୍ତି।

ଦଳ ଘୋଷଣା ସମୟରେ ଅଜିତ ଅଗରକର କହିଛନ୍ତି, ଶ୍ରେୟସ ଆୟରଙ୍କୁ ସମ୍ପୂର୍ଣ୍ଣ ଫିଟ୍‌ ଘୋଷିତ କରାଯାଇଛି। ଏହା ବହୁତ ଭଲ ଖବର। କେ.ଏଲ ରାହୁଲଙ୍କ ସମ୍ପୂର୍ଣ୍ଣ ଫିଟ୍‌ ନୁହନ୍ତି। କିନ୍ତୁ ଆମେ ଆଶା କରୁଛୁ ସେ ଏସିଆ କପର ଦ୍ୱିତୀୟ କିମ୍ବା ତୃତୀୟ ମ୍ୟାଚ ପର୍ଯ୍ୟନ୍ତ ଫିଟ୍‌ ହୋଇଯିବେ। ଦୁହେଁ ଆମ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ସୂଚନାଯୋଗ୍ୟ, ୨ ସେପ୍ଟେମ୍ବରରେ ପ୍ରଥମ ମ୍ୟାଚ୍‌ ପାକିସ୍ତାନ ବିପକ୍ଷରେ ଭାରତ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri