Posted inଖେଳ

ମୋଦିଙ୍କ ବିରୋଧରେ ବିଷ ଓଗାଳିଲେ ନକ୍‌ଭି: କହୁ କହୁ କହିଦେଲେ…

ଦୁବାଇ,୨୯।୯: ଦୁବାଇରେ ଖେଳାଯାଇଥିବା ଏସିଆ କପର ଫାଇନାଲ ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଛି। କିନ୍ତୁ, ମ୍ୟାଚ ପରେ ପୁରସ୍କାର ପ୍ରଦାନ ଉତ୍ସବରେ ବିବାଦ ଦେଖାଦେଇଥିଲା। ଭାରତୀୟ ଦଳ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଏବଂ ମନ୍ତ୍ରୀ ମୋହସିନ ନକଭିଙ୍କଠାରୁ ଟ୍ରଫି ଗ୍ରହଣ କରିବାକୁ ସିଧାସଳଖ ମନା କରିଦେଇଥିଲା।

ଭାରତୀୟ ଦଳ ମୋହସିନଙ୍କ ରାଜନୈତିକ ସ୍ଥିତି ଏବଂ ଭାରତ ବିରୋଧୀ ମନୋଭାବକୁ କାରଣ ଭାବରେ ଦର୍ଶାଇଥିଲା। ନକଭି ପାକିସ୍ତାନର ଗୃହମନ୍ତ୍ରୀ ମଧ୍ୟ ଅଛନ୍ତି। ପରିସ୍ଥିତିକୁ ବିଚାର କରି ଏସିଆନ କ୍ରିକେଟ ପରିଷଦ (ଏସିସି) ଅଧିକାରୀମାନେ ଏମିରେଟ୍ସ କ୍ରିକେଟ ବୋର୍ଡର ଉପାଧ୍ୟକ୍ଷ ଖାଲିଦ ଅଲ ଜାରୁନିଙ୍କୁ ଟ୍ରଫି ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ନକଭି ଏହା କରିବାକୁ ସିଧା ମନା କରିଦେଇଥିଲେ। ଯାହା ଫଳରେ ୯୦ ମିନିଟ ପାଇଁ ଅଚଳାବସ୍ଥା ସୃଷ୍ଟି ହୋଇଥିଲା ଏବଂ ଶେଷରେ ସମାରୋହରୁ ଟ୍ରଫିକୁ ହଟାଇ ଦିଆଯାଇଥିଲା। ଖେଳାଳିମାନଙ୍କୁ ବ୍ୟକ୍ତିଗତ ପଦକ ପ୍ରଦାନ କରାଯାଇଥିଲା, କିନ୍ତୁ ଦଳ ବିଜୟୀ ଟ୍ରଫି ଦିଆଯାଇ ନ ଥିଲା।

ଟିମ ଇଣ୍ଡିଆର ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ସେ ଲେଖିଥିଲେ, କ୍ରୀଡା କ୍ଷେତ୍ରରେ ମଧ୍ୟ ଅପରେଶନ ସିନ୍ଦୂର କରାଯାଉଛି, ଏବଂ ଫଳାଫଳ ସମାନ: ଭାରତର ବିଜୟ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗୋଟିଏ ପୋଷ୍ଟ ସମଗ୍ର ପାକିସ୍ତାନରେ ହଇଚଇ ସୃଷ୍ଟି କରିଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ ସମ୍ପର୍କରେ ନକଭି କହିଛନ୍ତି, ଯଦି ଯୁଦ୍ଧ ତୁମର ଗର୍ବର ମାପକାଠି, ତେବେ ଇତିହାସ ପାକିସ୍ତାନ ହାତରେ ତୁମର ଅପମାନଜନକ ପରାଜୟକୁ ପୂର୍ବରୁ ରେକର୍ଡ କରିସାରିଛି। କୌଣସି କ୍ରିକେଟ ମ୍ୟାଚ ସେହି ସତ୍ୟକୁ ବଦଳାଇ ପାରିବ ନାହିଁ। ଯୁଦ୍ଧକୁ କ୍ରୀଡାରେ ଟାଣିବା କେବଳ ହତାଶାକୁ ପ୍ରକାଶ କରେ ଏବଂ ଖେଳର ଆତ୍ମାକୁ ଅପମାନିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri