Posted inଖେଳ

ଏସିଆ କପ୍‌ ୨୦୨୫: ଟସ୍‌ ଜିତି ପାକିସ୍ତାନର ବ୍ୟାଟିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍‌ କଲେନି ଦୁଇ ଅଧିନାୟକ

ନୂଆଦିଲ୍ଲୀ,୧୪।୯: ବହୁ ପ୍ରତିକ୍ଷିତ ଏସିଆ କପ୍‌ ୨୦୨୫ର ଗ୍ରୁପ୍‌ ଏ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ସଲମାନ୍‌ ଆଲୀ ଆଘା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ସୁର୍ଯ୍ୟକୁମାର୍‌ ଯାଦବଙ୍କ ନେତୃତ୍ୱାଧୀନ ଭାରତ ବନାମ ପାକିସ୍ତାନ ମ୍ୟାଚ୍‌ ଆଜି ଆରମ୍ଭ ହୋଇଛି।

ଦୁଇ ଦଳ ଅପରିବର୍ତ୍ତିତ ଖେଳାଳି ସହ ପଡିଆକୁ ଓହ୍ଲାଇଛନ୍ତି। ଏହି ମ୍ୟାଚ୍‌ରେ ରାଜନୈତିକ ସଙ୍କଟ ଯୋଗୁଁ ବିଶେଷ ମହତ୍ୱ ରହିଛି, ବିଜେତା ଦଳ ସୁପର୍‌-4 କ୍ୱାଲିଫାଏ ପ୍ରାୟ ନିଶ୍ଚିତ କରିବ। ମ୍ୟାଚ ପାଇଁ ଦୁବାଇ ପୋଲିସ ବିଶାଳ ସୁରକ୍ଷା ବ୍ୟବସ୍ଥା କରିଛି, ନିୟମ ଭାଙ୍ଗିଲେ ଦର୍ଶକମାନଙ୍କୁ ୭ ଲକ୍ଷ ଟଙ୍କା ଜରିମାନା, ଦେଶକୁ ନିର୍ବାସନ କିମ୍ବା ଜେଲ୍‌ ହୋଇପାରେ। ଦୁହେଁ ଦଳ ଟୁର୍ନାମେଣ୍ଟ୍‌ର ପ୍ରଥମ ମ୍ୟାଚ୍‌ରେ ବିଜୟୀ ହୋଇଛନ୍ତି।

ଭାରତ: ଅଭିଷେକ୍‌ ଶର୍ମା, ଶୁଭମନ୍‌ ଗିଲ୍‌, ସୁର୍ଯ୍ୟକୁମାର୍‌ ଯାଦବ (ଅଧିନାୟକ), ତିଲକ୍‌ ବର୍ମା, ସଞ୍ଜୁ ସାମସନ(ୱିକେଟ୍‌କିପର୍‌), ଶିବମ୍‌ ଦୁବେ, ହର୍ଦ୍ଦିକ୍‌ ପାଣ୍ଡ୍ୟା, ଅକ୍ସର୍‌ ପ୍ୟାଟେଲ୍‌, କୁଲଦୀପ୍‌ ଯାଦବ, ଜସପ୍ରୀତ୍‌ ବୁମରାହ୍‌, ବରୁଣ୍‌ ଚକ୍ରବର୍ତ୍ତୀ।

ପାକିସ୍ତାନ: ସାହିବଜାଦା ଫାରହାନ୍‌, ସାଇମ୍‌ ଆୟୁବ୍‌, ମୋହମ୍ମଦ୍‌ ହାରିସ୍‌ (ୱିକେଟ୍‌କିପର୍‌), ଫଖର୍‌ ଜମାନ୍‌, ସଲମାନ୍‌ ଆଘା (ଅଧିନାୟକ), ହସନ୍‌ ନବାଜ୍‌, ମୋହମ୍ମଦ୍‌ ନବାଜ୍‌, ଫହୀମ୍‌ ଆଶରଫ୍‌, ଶାହୀନ୍‌ ଆଫ୍ରିଦି, ସୁଫିୟାନ୍‌ ମୁକୀମ୍‌, ଅବ୍ରାର୍‌ ଆହମ୍ମଦ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri