Posted inଖେଳ

ଏସିଆ କପ୍‌ ଟ୍ରଫି ବିବାଦ : ନିଜ ଜିଦିରେ ଅଟଳ ନକ୍‌ଭି

ନୂଆଦିଲ୍ଲୀ,୨୧ା୧୦: ଏସିଆ କପ୍‌ ଟ୍ରଫିକୁ ନେଇ ଲାଗି ରହିଥିବା ବିବାଦ ଶେଷ ହେବାର ନାଁ ନେଉନାହିଁ। ଟୁର୍ନାମେଣ୍ଟ ଶେଷ ହେବାକୁ ୩ ସପ୍ତାହରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ଟ୍ରଫି ଏପର୍ଯ୍ୟନ୍ତ ଚାମ୍ପିୟନ ଭାରତ ପାଖରେ ପହଞ୍ଚି ନାହିଁ। ଶ୍ରୀଲଙ୍କା ଓ ଆଫଗାନିସ୍ତାନ ବୋର୍ଡର ସମର୍ଥନରେ ବିସିସିଆଇ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଏସିଆନ୍‌ କ୍ରିକେଟ କାଉନ୍‌ସିଲ(ଏସିସି) ମୁଖ୍ୟ ଥିବା ପାକିସ୍ତାନର ମନ୍ତ୍ରୀ ମହସିନ ନକ୍‌ଭି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି।

ସମ୍ପାଦକ, ବିସିସିଆଇର ଏସିସି ପ୍ରତିନିଧି ରାଜୀବ ଶୁକ୍ଲା ଓ ଏସିସିର ଅନ୍ୟ ସଦସ୍ୟ ବୋର୍ଡ ଶ୍ରୀଲଙ୍କା ଓ ଆଫଗାନିସ୍ତାନ ଗତ ସପ୍ତାହରେ ଭାରତକୁ ଟ୍ରଫି ପ୍ରଦାନ ଲାଗି ଏସିସି ସଭାପତି ନକ୍‌ଭିଙ୍କୁ ମେଲ୍‌ କରିଥିଲେ। ଏହାର ଉତ୍ତରରେ ବିସିସିଆଇରୁ କେହି ଜଣେ ଦୁବାଇ ଆସି ତାଙ୍କଠାରୁ ଟ୍ରଫି ନେଇଯିବା ଉଚିତ୍‌ ବୋଲି ନକ୍‌ଭି ଲେଖିଥିଲେ।

ଏଥିଯୋଗୁ ଏହି ବିଷୟ ଆଗକୁ ବଢ଼ିପାରୁନାହିଁ। ବିସିସିଆଇ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ଭାରତ ନକ୍‌ଭିଙ୍କଠାରୁ ଟ୍ରଫି ଗ୍ରହଣ କରିବ ନାହିଁ। ଏଣୁ ଏହି ସମ୍ପର୍କରେ ନଭେମ୍ବରରେ ହେବାକୁ ଥିବା ଆଇସିସି ବୈଠକରେ ନିଷ୍ପତ୍ତି ନିଆଯିବାର ବିଶେଷ ସମ୍ଭାବନା ରହିଛି ବୋଲି ଏସିସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri