Posted inଖେଳ

ଏସିଆ କପ: ପାକିସ୍ତାନ ବିରୋଧରେ ଭାରତ ଜିତିଲା ଟସ,ପ୍ରଥମେ ବ୍ୟାଟିଂ…

କାଣ୍ଡି,୨।୯ : ଶନିବାର (ସେପ୍ଟେମ୍ବର ୨) ଏସିଆ କପର ତୃତୀୟ ମ୍ୟାଚରେ ଭାରତ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଶ୍ରୀଲଙ୍କାର କାଣ୍ଡିର ପଲେକଲେ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ଗ୍ରୁପ ଏରେ ଏହି ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ମ୍ୟାଚ। ଏଥି ସହିତ ପାକିସ୍ତାନ ଦଳ ଦ୍ୱିତୀୟ ମ୍ୟାଚ ଖେଳୁଛି । ପାକିସ୍ତାନ ପ୍ରଥମ ମ୍ୟାଚରେ ନେପାଳକୁ ପରାସ୍ତ କରିଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏକଦିବସୀୟ ପ୍ଲେଇଙ୍ଗ-୧୧ ରେ ଶ୍ରେୟାସ ଆୟର ଏବଂ ଜସପ୍ରୀତ ବୁମ୍ରା ଫେରିଛନ୍ତି। ଏଥି ସହିତ ରବିନ୍ଦ୍ର ଜାଡେଜା ଏବଂ କୁଲଦୀପ ଚହଲ ଦୁଇଜଣ ସ୍ପିନର ଭାବରେ ଦଳରେ ଅଛନ୍ତି। ଏହି ମ୍ୟାଚରେ ମହମ୍ମଦ ଶାମି ଖେଳୁ ନାହାଁନ୍ତି। ଦଳ ପରିଚାଳନା ଦ୍ୱାରା ଶାର୍ଦ୍ଦୁଲ ଠାକୁରଙ୍କୁ ଏକ ସୁଯୋଗ ଦିଆଯାଇଛି।

ଭାରତ ପ୍ଲେଇଙ୍ଗ-୧୧ ରେ ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଇଶାନ କିଶନ (ୱିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, କୁଲଦୀପ ଯାଦବ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ ପ୍ରମୁଖ ଅଛନ୍ତି।

ସେହିପରୀ ପାକିସ୍ତାନ ପ୍ଲୋଇଙ୍ଗ ୧୧ରେ ଫଖର ଜମାନ, ଇମାମ ଉଲ ହକ, ବାବର ଆଜମ (ଅଧିନାୟକ), ମହମ୍ମଦ ରିଜୱାନ (ୱିକେଟକିପର), ଆଗା ସଲମାନ, ଇଫ୍ଟିଖର ଅହମ୍ମଦ, ଶାଦବ ଖାନ, ମହମ୍ମଦ ନୱାଜ, ଶାହିନ ଆଫ୍ରିଦି, ନାସିମ ଶାହା, ହରିସ ରାଉଫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri