Posted inଖେଳ

ଆସନ୍ତାବର୍ଷ ଜୁନ୍‌ରେ ଏସିଆ କପ୍‌ ଆୟୋଜନ ସମ୍ଭାବନା

ନୂଆଦିଲ୍ଲୀ,୧୦।୭: ଚଳିତ ବର୍ଷ ଏସିଆକପ୍‌ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ ରହିବା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟ ଆସନ୍ତାବର୍ଷ ଜୁନ୍‌ରେ ଆୟୋଜନ କରିବାକୁ ଯୋଜନା ହେଉଛି ଓ ଏଥିପାଇଁ ଓ୍ବେଣ୍ଡୋ ଖାଜା ଯାଉଛି ବୋଲି ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି) ତରଫରୁ କୁହାଯାଇଛି।
ଏହି ଟୁର୍ନାମେଣ୍ଟ ଚଳିତ ବର୍ଷ ସେପ୍ଟେମ୍ବରରେ ପାକିସ୍ତାନରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହାକୁ ନିରପେକ୍ଷ ଭେନ୍ୟୁରେ ଆୟୋଜନ କରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ କୋଭିଡ୍‌-୧୯ ମହାମାରୀ କାରଣରୁ ଟୁର୍ନାମେଣ୍ଟକୁ ଏଥର ସ୍ଥଗିତ ରଖାଯାଇଛି। ଏ ନେଇ ମଧ୍ୟ ଏସିସି ସ୍ପଷ୍ଟିକରଣ ମଧ୍ୟ ଦେଇଛି। ଯାତ୍ରାକୁ ନେଇ କଟକଣା, କ୍ୱାରାଣ୍ଟାଇନ୍‌କୁ ନେଇ ନିୟମ, ବିଶ୍ୱରେ ଦେଖା ଦେଇଥିବା ସ୍ବାସ୍ଥ୍ୟ ସଙ୍କଟ, ସାମାଜିକ ଦୂରତ୍ୱକୁ ନେଇ ବିଭିନ୍ନ ସମସ୍ୟା ରହିଛି। ଏପରିସ୍ଥଳେ ଟୁର୍ନାମେଣ୍ଟ ଆୋୟାଜନ କରିବା ଏକ ବଡ଼ ଚ୍ୟାଲେଞ୍ଜ୍‌ ବୋଲି ଏସିସି ତରଫରୁ କୁହାଯାଇଛି। କେବଳ ସେତିକି ନୁହଁ ଟୁର୍ନାମେଣ୍ଟରେ ଭାଗ ନେବାକୁ ଥିବା ଖେଳାଳି, ସପୋର୍ଟ ଷ୍ଟାଫ୍‌, କମର୍ସିଆଲ ପାର୍ଟନର, ପ୍ରଶଂସକ ଓ ସାରା କ୍ରିକେଟ ଜଗତ ସ୍ବାସ୍ଥ୍ୟ ଜନିତ ସୁରକ୍ଷା ଓ ନିରାପତ୍ତା ମଧ୍ୟ ଏକ ବଡ଼ ସମସ୍ୟା ରୂପେ ଉଭା ହୋଇଛି। ସମ୍ପୂର୍ଣ୍ଣ ନିରାପତ୍ତା ମଧ୍ୟରେ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ପ୍ରାଥମିକତା ଦେଉଛୁ। ତେଣୁ ୨୦୨୧ ଜୁନ୍‌ରେ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯୋଜନା ନେଇଛୁ ବୋଲି ଏସିସି କହିଛି। ଇତିମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ର ଭବିଷ୍ୟତ ନେଇ ନିଷ୍ପତ୍ତି ନେବ ବୋଲି ଆଶା କରାଯାଉଛି। ତେଣୁ ସବୁ ପ୍ରକାର ସ୍ଥିତିକୁ ନେଇ ଏସିସି ଏହି ନିଷ୍ପତ୍ତି ନେଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri