Posted inଖେଳ

ଏସିଆ କପ: ଫାଇନାଲରେ ମଧ୍ୟ ବର୍ଷା ସଙ୍କଟ…

କଲମ୍ବୋ,୧୭।୯ : ଏସିଆ କପ ଫାଇନାଲ ମ୍ୟାଚ ରବିବାର ଶ୍ରୀଲଙ୍କାର ଆର ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ମ୍ୟାଚରେ ଭାରତ ଶ୍ରୀଲଙ୍କା ଟାଇଟଲ ହାସଲ କରିବାକୁ ଅପରାହ୍ନ ୩ଟାରେ ମୁହାଁମୁହିଁ ହେବେ। ତେବେ ଫାଇନାଲରେ ମଧ୍ୟ ବର୍ଷା ସଙ୍କଟ ରହିଛି।

ପାଣିପାଗ ରିପୋର୍ଟ ଅନୁଯାୟୀ, ରବିବାର କଲମ୍ବୋରେ ଓଭରକାଷ୍ଟ ସ୍ଥିତି ରହିବ। ଏହାର ଅର୍ଥ ପାଗ ମେଘୁଆ ହେବ। ସକାଳେ କିଛି ଅଂଶରେ ବର୍ଷା ହୋଇଥିଲା ଏବଂ ଅପରାହ୍ନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଖବର ଅନୁଯାୟୀ, କଲମ୍ବୋରେ ରବିବାର ୯୦ ପ୍ରତିଶତ ବର୍ଷା ଏବଂ ବଜ୍ରପାତର ୫୪ ପ୍ରତିଶତ ସମ୍ଭାବନା ରହିଛି।

ସ୍ଥାନୀୟ ସମୟ ଅନୁଯାୟୀ, ପୂର୍ବାହ୍ନ ୧୦ ଟା, ଅପରାହ୍ନ ୧ ଟା, ସନ୍ଧ୍ୟା ୬ ଟା, ସନ୍ଧ୍ୟା ୮ ଟା ଏବଂ ରାତ୍ର ୧୦ ଟା ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ମ୍ୟାଚ ଅପରାହ୍ନ ୩ ଟାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ମାତ୍ର ବର୍ଷା ଯୋଗୁ ଏହାର ଆରମ୍ଭ ବିଳମ୍ବ ହୋଇପାରେ ।

ଟିମ ଇଣ୍ଡିଆର ପ୍ଲେଇଙ୍ଗ ୧୧ରେ ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ (ଓ୍ବିକେଟ କିପର), ଶୁବମାନ ଗିଲ, ବିରାଟ କୋହଲି, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମ୍ରା, କୁଲଦୀପ ଯାଦବ, ମହମ୍ମଦ ସିରାଜ, ମହମ୍ମଦ ଶାମି, ୱାଶିଂଟନ ସୁନ୍ଦର, ଆୟର, ପ୍ରସାଦ କୃଷ୍ଣ, ତିଲକ ବର୍ମା ପ୍ରମୁଖ ଅଛନ୍ତି।

ସେହିପରି ଶ୍ରୀଲଙ୍କା ପ୍ଲେଇଙ୍ଗ ୧୧ରେ କୁସାଲ ମେଣ୍ଡିସ (ଓ୍ବିକେଟ କିପର), ଦାସୁନ ଶାନାକା (ଅଧିନାୟକ), ପୃଥମ ନିସଙ୍କା, କୁସାଲ ପେରେରା, ସାଡେରା ସମରୱିକ୍ରାମା, ଚାରିଥ ଆସାଲଙ୍କା, ଧନଞ୍ଜୟ ଦେ ସିଲଭା, ଡୁନିଥ ୱେଲାଲେଜ, ପ୍ରମୋଦ ମଦୁଶାନ, ମାଥେଶା ପାଥିରାନା, ସାହନ ଆରଚଞ୍ଚି, ଦୁଷ୍ଣନ ରାଜନ୍ତୀ, , ଡିମୁଥ କରୁଣାତ୍ନେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri