Posted inଖେଳ

ଏସିଆ କପ: ଫାଇନାଲରେ ମଧ୍ୟ ବର୍ଷା ସଙ୍କଟ…

କଲମ୍ବୋ,୧୭।୯ : ଏସିଆ କପ ଫାଇନାଲ ମ୍ୟାଚ ରବିବାର ଶ୍ରୀଲଙ୍କାର ଆର ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ମ୍ୟାଚରେ ଭାରତ ଶ୍ରୀଲଙ୍କା ଟାଇଟଲ ହାସଲ କରିବାକୁ ଅପରାହ୍ନ ୩ଟାରେ ମୁହାଁମୁହିଁ ହେବେ। ତେବେ ଫାଇନାଲରେ ମଧ୍ୟ ବର୍ଷା ସଙ୍କଟ ରହିଛି।

ପାଣିପାଗ ରିପୋର୍ଟ ଅନୁଯାୟୀ, ରବିବାର କଲମ୍ବୋରେ ଓଭରକାଷ୍ଟ ସ୍ଥିତି ରହିବ। ଏହାର ଅର୍ଥ ପାଗ ମେଘୁଆ ହେବ। ସକାଳେ କିଛି ଅଂଶରେ ବର୍ଷା ହୋଇଥିଲା ଏବଂ ଅପରାହ୍ନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଖବର ଅନୁଯାୟୀ, କଲମ୍ବୋରେ ରବିବାର ୯୦ ପ୍ରତିଶତ ବର୍ଷା ଏବଂ ବଜ୍ରପାତର ୫୪ ପ୍ରତିଶତ ସମ୍ଭାବନା ରହିଛି।

ସ୍ଥାନୀୟ ସମୟ ଅନୁଯାୟୀ, ପୂର୍ବାହ୍ନ ୧୦ ଟା, ଅପରାହ୍ନ ୧ ଟା, ସନ୍ଧ୍ୟା ୬ ଟା, ସନ୍ଧ୍ୟା ୮ ଟା ଏବଂ ରାତ୍ର ୧୦ ଟା ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ମ୍ୟାଚ ଅପରାହ୍ନ ୩ ଟାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ମାତ୍ର ବର୍ଷା ଯୋଗୁ ଏହାର ଆରମ୍ଭ ବିଳମ୍ବ ହୋଇପାରେ ।

ଟିମ ଇଣ୍ଡିଆର ପ୍ଲେଇଙ୍ଗ ୧୧ରେ ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ (ଓ୍ବିକେଟ କିପର), ଶୁବମାନ ଗିଲ, ବିରାଟ କୋହଲି, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମ୍ରା, କୁଲଦୀପ ଯାଦବ, ମହମ୍ମଦ ସିରାଜ, ମହମ୍ମଦ ଶାମି, ୱାଶିଂଟନ ସୁନ୍ଦର, ଆୟର, ପ୍ରସାଦ କୃଷ୍ଣ, ତିଲକ ବର୍ମା ପ୍ରମୁଖ ଅଛନ୍ତି।

ସେହିପରି ଶ୍ରୀଲଙ୍କା ପ୍ଲେଇଙ୍ଗ ୧୧ରେ କୁସାଲ ମେଣ୍ଡିସ (ଓ୍ବିକେଟ କିପର), ଦାସୁନ ଶାନାକା (ଅଧିନାୟକ), ପୃଥମ ନିସଙ୍କା, କୁସାଲ ପେରେରା, ସାଡେରା ସମରୱିକ୍ରାମା, ଚାରିଥ ଆସାଲଙ୍କା, ଧନଞ୍ଜୟ ଦେ ସିଲଭା, ଡୁନିଥ ୱେଲାଲେଜ, ପ୍ରମୋଦ ମଦୁଶାନ, ମାଥେଶା ପାଥିରାନା, ସାହନ ଆରଚଞ୍ଚି, ଦୁଷ୍ଣନ ରାଜନ୍ତୀ, , ଡିମୁଥ କରୁଣାତ୍ନେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?