Posted inଖେଳ

ଏସିଆ କପ୍ ବିବାଦ: ହାରିସ୍ ରୌଫ୍‌ ୨ ମ୍ୟାଚ୍‌ ସସପେଣ୍ଡ, ସୂର୍ଯ୍ୟକୁମାର ଯାଦବ ମଧ୍ୟ…

ନୂଆଦିଲ୍ଲୀ,୪।୧୧: ଚଳିତ ଏସିଆ କପ୍‌ରେ ଭାରତ ଓ ପାକିସ୍ତାନ ମ୍ୟାଚ୍ ସମୟରେ ଉତ୍ତେଜନାପୂର୍ଣ୍ଣ ଆଚରଣ ଯୋଗୁଁ ଆଇସିସି ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପାକିସ୍ତାନର ଦ୍ରୁତ ବୋଲର ହାରିସ୍ ରୌଫ୍‌ଙ୍କୁ ୨ଟି ମ୍ୟାଚ୍ ପାଇଁ ବାସନ୍ଦ କରାଯାଇଥିବା ବେଳେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଉପରେ ଜୋରିମାନା ଲଗାଯାଇଛି।

ଭାରତୀୟ ପ୍ରଶଂସକଙ୍କୁ ଲକ୍ଷ୍ୟ କରି ଉତ୍ତେଜକ ତଥା ଅଶାଳୀନ ଭାବେ ହାତରେ ଇସାରା କରିବା ଅଭିଯୋଗରେ ଆଇସିସି କୋଡ୍ ଅଫ୍ କଣ୍ଡକ୍ଟ ଉଲ୍ଲଙ୍ଘନ କରିଥିବାରୁ ତାଙ୍କୁ ୨ ମ୍ୟାଚ୍ ପାଇଁ ବାସନ୍ଦ କରାଯାଇଛି।

ସେହିପରି ପାକିସ୍ତାନ ବିପକ୍ଷରେ ବିଜୟ ପରେ ଦଳର ଜିତକୁ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କୁ ସମର୍ପିତ କରିବା ନେଇ ସେ ଦେଇଥିବା ମନ୍ତବ୍ୟକୁ ଆଇସିସି “ରାଜନୈତିକ” ବୋଲି ବିବେଚନା କରିଛି। ଏହି କୋଡ୍ ଅଫ୍ କଣ୍ଡକ୍ଟ ଉଲ୍ଲଙ୍ଘନ ପାଇଁ ତାଙ୍କ ମ୍ୟାଚ୍ ଫି’ର ୩୦ ପ୍ରତିଶତ ଜୋରିମାନା କରାଯାଇଛି।

ସୂର୍ଯ୍ୟକୁମାର ଯାଦବଙ୍କ ଉପରେ ହୋଇଥିବା ଜୋରିମାନାକୁ ନେଇ ବିସିସିଆଇ (BCCI) ଆଇସିସିରେ ଅପିଲ୍ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri