ଏମ୍ସକୁ ଏସିଆ ସେଫ୍‌ ସର୍ଜିକାଲ ଇମ୍‌ପ୍ଲାଣ୍ଟ କନ୍‌ସୋର୍ଟିୟମ ପୁରସ୍କାର

ଭୁବନେଶ୍ୱର,୧୫।୩(ଶର୍ମିଷ୍ଠା ପାଣିଗ୍ରାହୀ):ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ଏମ୍ସ ଭୁବନେଶ୍ୱରକୁ ମର୍ଯ୍ୟାଦାଜନକ ଏସିଆ ସେଫ୍‌ ସର୍ଜିକାଲ ଇମ୍‌ପ୍ଲାଣ୍ଟ କନ୍‌ସୋର୍ଟିୟମ୍‌ କ୍ୟୁଆଇପି ପୁରସ୍କାର ୨୦୨୩ ମିଳିଛି। ହସ୍ପିଟାଲରେ ବ୍ୟବହୃତ ବିଭିନ୍ନ ଯାନ୍ତ୍ରିକ ଉପକରଣର ଗୁଣବତ୍ତା ଏବଂ ପ୍ରତିରୋପଣ ପ୍ରକ୍ରିୟାକରଣକୁ ନେଇ ହେଉଥିବା ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯାଉଛି। ହସ୍ପିଟାଲର ସେଣ୍ଟ୍ରାଲ ଷ୍ଟେରାଇଲ ସେବା ବିଭାଗ (ସିଏସ୍‌ଏସ୍‌ଡି)ରେ ବିଭିନ୍ନ ଯନ୍ତ୍ର ଏବଂ ପ୍ରତିରୋପଣର ପୁନଃ ପ୍ରକ୍ରିୟାକରଣ ପାଇଁ ସର୍ବୋଚ୍ଚ ମାନ ନିର୍ଦ୍ଧାରଣ ଏବଂ ତଦାରଖ କରିବାର ପ୍ରକ୍ରିୟା ସ୍ବରୂପ ଏମ୍ସକୁ ଏଥିପାଇଁ ଚୟନ କରାଯାଇଛି। ଏହି ପ୍ରକ୍ରିୟାରେ ଏସିଆ ମହାଦେଶରୁ ୨୮ ସୁପ୍ରତିଷ୍ଠିତ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଅଂଶଗ୍ରହଣ କରିଥିଲେ। ମାତ୍ର ଏମ୍ସ ଭୁବନେଶ୍ୱର ସର୍ବୋତ୍ତମ ଡାକ୍ତରଖାନା ଭାବେ ପ୍ରଥମ ସ୍ଥାନ ଅଧିକାର କରିଛି। ଏମ୍ସ ଭୁବନେଶ୍ବରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସଙ୍କ ସମେତ ମେଡିକାଲ ଅଧୀକ୍ଷକ, ଓଟି କମିଟି ଅଧ୍ୟକ୍ଷ, ଡିନ୍‌ ଅଧ୍ୟାପକ, ଅଧ୍ୟାପିକା, ସିଏସଏସ୍‌ଡିର କର୍ମଚାରୀ, ବିଭିନ୍ନ ଓଟିର ନର୍ସିଂ ଇନ୍‌ ଚାର୍ଜ ଏବଂ ସଂକ୍ରମଣ ନିୟନ୍ତ୍ରଣ କମିଟିର ସଦସ୍ୟମାନେ ପୁରସ୍କାର ଗ୍ରହଣ କରିଥିଲେ। ଭର୍ଚୁଆଲରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଫେସର ସେଟୋ ୱିଙ୍ଗ ହଙ୍ଗ, ପାଟ୍ରିସିଆ ସିଙ୍ଗଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri