Posted inଖେଳ

ଇତିହାସ ରଚିଲା ଭାରତୀୟ ମହିଳା କ୍ରିକେଟ ଦଳ

କଲମ୍ବୋ,୨୫।୯: ଏସିଆନ ଗେମ୍ସ ୨୦୨୩ରେ ମହିଳା କ୍ରିକେଟ ଇଭେଣ୍ଟର ସ୍ବର୍ଣ୍ଣ ପଦକ ମୁକାବିଲାରେ ଭାରତୀୟ ମହିଳା ଦଳର ଶ୍ରୀଲଙ୍କା ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ୨୯ ଓଭରରେ ୭ ଉଇକେଟ୍‌ ହରାଇ ୧୧୬ରନ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଜବାବରେ ଶ୍ରୀଲଙ୍କା ୨୦ ଓଭରରେ ୯୭ ସ୍କୋରରେ ସୀମିତ ରହିଥିଲା। ଫଳରେ ଭାରତ ମ୍ୟାଚ ବିଜୟୀ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛି। ୧୮ ବର୍ଷୀୟ ତିତାସ ସାଧୁ ଭାରତ ପାଇଁ ବୋଲିଂରେ ସର୍ବାଧିକ ୩ ଉଇକେଟ୍‌ ନେଇଛନ୍ତି।

ସ୍ବର୍ଣ୍ଣ ପଦକ ମ୍ୟାଚରେ ୧୧୭ ରନର ଟାର୍ଗେଟକୁ ପିଛା କରି ଶ୍ରୀଲଙ୍କା ମହିଳା କ୍ରିକେଟ ଦଳ ପକ୍ଷରୁ ଓପନିଙ୍ଗ୍‌ କରିବାକୁ ଅଧିନାୟକ ଚମାରି ଅଟାପାଟ୍ଟୁଙ୍କ ସହ ଅନୁଷ୍କା ସଞ୍ଜିବନୀ ପଡ଼ିଆକୁ ଆସିଥିଲେ। ଅଧିନାୟକ ଅଟାପାଟ୍ଟୁ ଇନିଂସର ପ୍ରଥମ ଓଭରରେ ୧୨ ରନ ସ୍କୋର କରି ଦଳକୁ ଦ୍ରୁତ ଆରମ୍ଭ କରିବାକୁ ଚେଷ୍ଟା କରିଥିଲେ। ଏହା ପରେ ଭାରତ ପାଇଁ ଇନିଂସର ତୃତୀୟ ଓଭର ବୋଲିଂ କରିବାକୁ ଆସିଥିବା ୧୮ ବର୍ଷୀୟ ଦ୍ରୁତ ବୋଲର ତିତାସ ସାଧୁ ପ୍ରଥମ ବଲରେ ଅନୁଷ୍କା ସଞ୍ଜୀବନୀଙ୍କ ଉଇକେଟ୍‌ ନେଇ ଶ୍ରୀଲଙ୍କା ୧୩ ସ୍କୋରରେ ଦଳକୁ ପ୍ରଥମ ଝଟକା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?