Posted inଖେଳ

ଏସିଆନ ଗେମ୍ସ ୨୦୨୩: ଟେବୁଲ ଟେନିସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଲେ ରୋହନ -ଋତୁଜାଙ୍କ ଯୋଡି…

ହାଙ୍ଗଝୋ,୩୦।୯ : ଏସିଆନ ଗେମ୍ସ ୨୦୨୩ରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ ମିଳିଛି। ଟେବୁଲ ଟେନିସରେ ରୋହନ ବୋପାନ୍ନା ଏବଂ ଋତୁଜା ଭୋସଲେଙ୍କ ଯୋଡି ମିଶ୍ରିତ ଡବଲ୍ସ ଇଭେଣ୍ଟରେ ଭାରତ ପାଇଁ ସ୍ବର୍ଣ୍ଣ ଜିତିଛନ୍ତି। ଭାରତୀୟ ଯୋଡି ଫାଇନାଲରେ ତାଇପେଇ ଯୋଡିକୁ ୨.୬,୬-୩,୧୦-୪ରେ ପରାସ୍ତ କରିଛନ୍ତି। ଭାରତୀୟ ଯୋଡି ଫାଇନାଲ ମ୍ୟାଚର ପ୍ରଥମ ସେଟକୁ ହରାଇଥିଲେ।

ତେବେ ଦ୍ୱିତୀୟ ସେଟରେ ରୋହନ ବୋପାନ୍ନା ଏବଂ ଋତୁଜା ଭୋସଲେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ ଏବଂ ଶେଷରେ ସୁପର ଟାଇ ବ୍ରେକରେ ମ୍ୟାଚ ଜିତିଥିଲେ।

ପ୍ରଥମ ସେଟରେ ଭାରତୀୟ ଯୋଡି ରୋହନ ବୋପାନ୍ନା ଏବଂ ଋତୁଜା ଭୋସାଲେ ଏକ ପରାଜୟର ସମ୍ମୁଖୀନ ହୋଇଥିଲେ। ସେମାନେ ତାଇପେଇ ଯୋଡି ଦ୍ୱାରା ୬-୨ ରେ ପରାସ୍ତ ହୋଇଥିଲେ। ଏହା ପରେ ଭାରତୀୟ ଯୋଡି ଦ୍ୱିତୀୟ ସେଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ତାଇପେଇ ଯୋଡି ଆନ-ଶୁଆ ଲିଆଙ୍ଗ ଏବଂ ସୁସଙ୍ଗ-ହାଓ ହୁଆଙ୍ଗଙ୍କୁ ୧୦-୪ରେ ପରାସ୍ତ କରି ମ୍ୟାଚକୁ ୧-୧ ରେ ସମାନ କରିଥିଲେ।

ତା’ପରେ ସୁପର ଟାଇ ବ୍ରେକର ମାଧ୍ୟମରେ ନିଷ୍ପତ୍ତି ନିଆଯାଇଥିଲା, ଯେଉଁଥିରେ ରୋହନ ବୋପାନ୍ନା ଏବଂ ଋତୁଜା ଭୋସଲେ ଟେନିସର ମିଶ୍ରିତ ଡବଲ୍ସ ଇଭେଣ୍ଟରେ ଏକ ଚମତ୍କାର ୧୦-୪ ସ୍କୋର କରି ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ଆଣିଥିଲେ।

ଏସିଆନ ଗେମ୍ସ ୨୦୨୩ ରେ ଏହା ହେଉଛି ଭାରତର ୯ ତମ ସ୍ବର୍ଣ୍ଣ ପଦକ। ଏହି ସ୍ବର୍ଣ୍ଣ ପଦକ ସହିତ ଭାରତର ସାମଗ୍ରିକ ପଦକ ସଂଖ୍ୟା ବର୍ତ୍ତମାନ ୩୫ ରେ ପହଞ୍ଚିଛି, ଯେଉଁଥିରେ ୧୩ ଟି ରୌପ୍ୟ ଏବଂ ୧୩ ଟି ବ୍ରୋଞ୍ଜ ପଦକ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?