Posted inଖେଳ

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ ୮ ଉଇକେଟରେ ପରାସ୍ତ କରିଛି।

ଏହି ବିଜୟ ସହ ଭାରତ ୨୦୨୬ ଏସୀୟ କ୍ରୀଡ଼ା ମହିଳା କ୍ରିକେଟ ଟୁର୍ନାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଜାପାନ ଦ୍ୱାରା ଧାର୍ଯ୍ୟ ୫୭ ରନ୍‌ ଲକ୍ଷ୍ୟକୁ ପିଛା କରି ଭାରତ ମାତ୍ର ୫ ଓଭରରେ ଏହା ହାସଲ କରିନେଇଥିଲା। ଶଫାଲି ବର୍ମା ୪୦ ରନ୍‌ର ବିସ୍ଫୋରକ ଅପରାଜିତ ଇନିଂସ ଖେଳିଥିବା ବେଳେ ଛକା ମାରି ଦଳକୁ ବିଜୟ କରାଇଥିଲେ।

ସେହିପରି ରିଚା ଘୋଷ ୬ଟି ବଲ୍‌ରୁ ୧୨ ରନ କରି ଅପରାଜିତ ରହିଥିଲେ ଏବଂ ଦୁଇଟି ଚୌକା ମାରିଥିଲେ। ବର୍ତ୍ତମାନ ଭାରତ ସେପ୍ଟେମ୍ବର ୨୦ ତାରିଖରେ ସେମିଫାଇନାଲରେ ବାଂଲାଦେଶର ମୁକାବିଲା କରିବ।

ପ୍ରଥମ ଉଇକେଟ ପଡ଼ିବା ମାତ୍ରେ ଜାପାନର ଇନିଂସ ତାସ ଘର ଭଳି ଭୁଶୁଡ଼ି ପଡ଼ିଥିଲା। ହାରୁନା ଇୱାସାକି (୧୦ ରନ) ଏବଂ ଆୟାକା କାଟୋ ଷ୍ଟାଫୋର୍ଡ (୪୭ ବଲରେ ୨୫ ରନ) ଆଉଟ ହୋଇଯାଇଥିଲେ। ଏହି ଦୁଇ ଓପନର୍‌ ଦଳ ପାଇଁ ସର୍ବାଧିକ ରନ ସଂଗ୍ରହ କରିଥିଲେ। ଏହା ପରେ, ଅଧିନାୟିକା ମାଇ ୟାନାଗିଡା ବିନା କୌଣସି ରନ ସଂଗ୍ରହ କରି ପାଭିଲିୟନ ଫେରିଯାଇଥିଲେ।

ଏରିକା ଓଡା (୫ ରନ), ଶିମାକୋ କାଟୋ (୩ ରନ), ଆକାରି ନିଶିମୁରା କାନୋ (୨ ରନ) ଏବଂ ହିନାସି ଗୋଟୋ (୧ ରନ) ସ୍କୋରବୋର୍ଡରେ ରନ ଯୋଡ଼ିବାରେ ସଫଳ ହୋଇଥିଲେ। ଅହିଲ୍ୟା ଚାନ୍ଦେଲ ଏବଂ ଏରିକା ଟୋଗୁଚି କ୍ୱିନ ବିନା ରନ ସଂଗ୍ରହ କରି ଆଉଟ ହୋଇଯାଇଥିଲେ। ଭାରତ ପକ୍ଷରୁ ଶ୍ରୀ ଚରଣୀ ୪ଟି ଉଇକେଟ ନେଇଥିବାବେଳେ ଶେଫାଲୀ ବର୍ମା ୨ଟି ଉଇକେଟ ନେଇଥିଲେ। ଶ୍ରେୟଙ୍କା ପାଟିଲ ଏବଂ ଦୀପ୍ତି ଶର୍ମା ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?