Posted inଖେଳ

ଚମକିଲେ ଓଡ଼ିଆ ପୁଅ: ପ୍ରମୋଦଙ୍କୁ ସ୍ବର୍ଣ୍ଣ

ହାଙ୍ଗଝୋ, ୨୭।୧୦: ଦକ୍ଷତା ଏବଂ ନିଷ୍ଠାର ଏକ ରୋମାଞ୍ଚକ ପ୍ରଦର୍ଶନରେ ପ୍ରଖ୍ୟାତ ପାରା-ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଏସିଆନ ପାରା ଗେମ୍ସରେ ଶୁକ୍ରବାର ପୁରୁଷ ଏକକ ଏସ୍‌ଏଲ୍‌-୩ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି।

ଏହି ବିଜୟ ପ୍ରମୋଦଙ୍କ ପାଇଁ ଏକ ଐତିହାସିକ ମାଇଲଖୁଣ୍ଟ। କାରଣ ସେ ପୂର୍ବରୁ ପାରାଲିମ୍ପିକ୍‌ରେ ସ୍ବର୍ଣ୍ଣ ଏବଂ ବିଶ୍ୱ ଚାମ୍ପିୟନ୍‌ଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଏସିଆନ ପାରା ଗେମ୍ସ ୨୦୨୩’ରେ ଭାରତର ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଭାରତ ପାଇଁ ୨୧ତମ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି।

ପୁରୁଷ ଏକକ ଏସ୍‌ଏଲ୍‌-୩ ବର୍ଗର ଚୂଡ଼ାନ୍ତ ମ୍ୟାଚ୍‌ରେ ଭଗତ ନିଜ ଦେଶର ଖେଳାଳି ନିତେଶ କୁମାରଙ୍କୁ ୨୨-୨୦, ୧୮-୨୧, ୨୧-୧୯ରେ ପରାସ୍ତ କରି ପ୍ରଥମ ସ୍ଥାନରେ ରହି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି ନିତେଶ କୁମାର ମଧ୍ୟ ପ୍ରଶଂସନୀୟ ଖେଳ ପ୍ରଦର୍ଶନ କରି ପ୍ରତିଯୋଗିତାର ଦ୍ବିତୀୟ ସ୍ଥାନରେ ରହି ରୋପ୍ୟ ପଦକ ହାସଲ କରିଛନ୍ତି।

ପ୍ରମୋଦ ଆଗରୁ ମିଶ୍ରିତ ଯୁଗଳ ଏବଂ ଯୁଗଳରେ କାଂସ୍ୟ ପଦକ ହାସଲ କରିଥିଲେ। ଏସିଆନ ଗେମ୍‌ରେ ୩ଟି ପଦକ ହାସଲ କରିବାରେ ପ୍ରମୋଦଙ୍କ ପାଇଁ ଏହା ପ୍ରଥମ। ୨୦୧୦ରେ ଏକକ ଓ ଯୁଗଳ ମ୍ୟାଚ୍‌ରେ ଭାଗ ନେଇଥିଲେ ମଧ୍ୟ ପ୍ରମୋଦଙ୍କୁ କୌଣସି ସଫଳତା ମିଳି ନ ଥିଲା। ୨୦୧୪ରେ ମଧ୍ୟ ସେ ଏକକ ଓ ଯୁଗଳରେ ଭାଗ ନେଇଥିଲେ। ହେଲେ ତାଙ୍କୁ କାଂସ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡିଥିଲା। ୨୦୧୮ରେ ସେ ଏକକ ଏବଂ ଯୁଗଳରେ ଭାଗ ନେଇଥିଲେ। ସେ ଏକକରେ ସ୍ବର୍ଣ୍ଣ ଏବଂ ଯୁଗଳରେ କାଂସ୍ୟ ପଦକ ହାସଲ କରିଥିଲେ। ୨୦୨୨ରେ ଏକକ, ଯୁଗଳ ଓ ମିଶ୍ରିତ ଯୁଗଳରେ ଭାଗ ନେଇଥିବା ପ୍ରମୋଦ ମିଶ୍ରିତ ଯୁଗଳରେ କାଂସ୍ୟ, ଯୁଗଳରେ କାଂସ୍ୟ ଓ ଏକକରେ ସ୍ବର୍ଣ୍ଣ ପଦକ ହାସଲ କରିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri