Posted inଖେଳ

ଏସିଆନ ସର୍ଫିଙ୍ଗ: ପ୍ରଥମ ଭାରତୀୟ ଭାବେ ପଦକ ଜିତିଲେ ରମେଶ ବୁଦ୍ଧିଆଲ

ଚେନ୍ନାଇ,୧୦ା୮: ରମେଶ ବୁଦ୍ଧିଆଲ ପ୍ରଥମ ଭାରତୀୟ ଭାବେ ଏସିଆନ ସର୍ଫିଙ୍ଗ ଚାମ୍ପିୟନଶିପ୍‌ରେ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି। ସେ ଓପନ ପୁରୁଷ କାଟେଗୋରିରେ ଏକ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ବୁଦ୍ଧିଆଲ ଆହୁରି ମଧ୍ୟ ଦେଶର ପ୍ରଥମ ଭାବେ ଇଭେଣ୍ଟର ପଦକ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ।

ସେ ୧୨.୬୦ ପଏଣ୍ଟ ସହ ବ୍ରୋଞ୍ଜ ପଦକ ଲାଭ କରିଥିଲେ। କୋରିଆର କାନୋଆ ହିଜାଏ ୧୫.୧୭ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ଲାଭ କରିଥିବାବେଳେ ଇଣ୍ଡୋନେସିଆର ପାଜାର ଆରିୟାନା (୧୪.୫୭ ପଏଣ୍ଟ)ଙ୍କୁ ରୌପ୍ୟ ମିଳିଛି। ଓପନ ମହିଳା କାଟେଗୋରିରେ ଜାପାନର ଆନ୍‌ରି ମାଷ୍ଟୁନୋ (୧୪.୯୦ ପଏଣ୍ଟ) ଏକ କଡ଼ା ମୁକାବିଲାରେ ତାଙ୍କ ଦେଶର ସୁମୋକୋ ସାତୋ (୧୩.୭୦)ଙ୍କୁ ପଛରେ ପକାଇ ସ୍ବର୍ଣ୍ଣ ଜିତିଥିଲେ।

ଥାଇଲାଣ୍ଡର ଇସାବଲେ ହିଗ୍ସ (୧୧.୭୫ ପଏଣ୍ଟ) ବ୍ରୋଞ୍ଜ ପଦକ ପାଇଛନ୍ତି। ପୂର୍ବରୁ ୧୮ ବର୍ଷରୁ କମ୍‌ ବାଳକ କାଟେଗୋରିରେ କୋରିଆର କାନୋଆ ହିଜାଏ ୧୪.୩୩ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଚାଇନାର ଶିଡଙ୍ଗ୍‌ ଉ’ (୧୩.୧୦) ଓ ଶୁଲୋଉ ଜିଆଙ୍ଗ (୮) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଥିଲେ। ୧୮ବର୍ଷରୁ କମ୍‌ ବାଳିକା ବିଭାଗରେ ଚାଇନାର ସିକି ୟାଙ୍ଗ୍‌ ଆଧିପତ୍ୟ ବିସ୍ତାର କରି ୧୪.୫୦ ପଏଣ୍ଟ ସହ ସ୍ବର୍ଣ୍ଣ ପଦକ ପାଇଥିବାବେଳେ ତାଙ୍କ ଦେଶର ଶୁହାନ୍‌ ଜିନ୍‌ (୧୦.୩୩) ଦ୍ୱିତୀୟ ସ୍ଥାନ ସହ ରୌପ୍ୟ ଜିତିଥିଲେ। ଥାଇଲାଣ୍ଡର ଇସାବେଲ (୮.୧୦ ପଏଣ୍ଟ)ଙ୍କୁ ବ୍ରୋଞ୍ଜ ପଦକ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ…

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?