Posted inଖେଳ

ଏସୀୟ ଭାରୋତ୍ତୋଳନ: ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ଝିଅ ଝିଲ୍ଲୀ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି)- ଏସୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରୁ ରବିବାର ଖୁସି ଖବର ଆଣିଛନ୍ତି ଓଡ଼ିଶାର ଝିଲ୍ଲୀ ଦଳବେହେରା। ଉଜବେକିସ୍ତାନର ତାସକେଣ୍ଟରେ ଚାଲିଥିବା ଏସୀୟ ଚାମ୍ପିୟନଶିପ୍‌ର ୪୫ କେଜି କାଟେଗୋରିରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଜୁନିୟର ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ପୂର୍ବରୁ ବ୍ରୋଞ୍ଜ ପଦକ ହାସଲ କରିଥିବା ଓଡ଼ିଆ ଝିଅ ଝିଲ୍ଲୀ ତାସକେଣ୍ଟରେ ସ୍ନାଚ୍‌ରେ ୬୯ କେଜି, କ୍ଲିନ୍‌ ଆଣ୍ଡ ଜର୍କରେ ୮୮ କେଜି ଏହିପରି ମୋଟ ୧୫୭ କେଜି ଭାର ଉଠାଇ ଓଡ଼ିଶାକୁ ଗର୍ବିତ କରିଛନ୍ତି। ଏହା ଏକ ଅଲିମ୍ପିକ୍‌ କ୍ୱାଲିଫାଇଂ ଇଭେଣ୍ଟ ହୋଇଥିଲେ ହେଁ ଝିଲ୍ଲୀଙ୍କ ଓଜନ ବିଭାଗ ୪୫ କେଜି ଏହାର ଅନ୍ତର୍ଭୁକ୍ତ ନୁହେଁ। ତେଣୁ ଏହି ପ୍ରତିଯୋଗିତାରୁ ଝିଲ୍ଲୀଙ୍କ ଅଲିମ୍ପିକ୍ସ ଯୋଗ୍ୟତା ସମ୍ଭବ ହୋଇନାହିଁ। ଫିଲିପାଇନ୍ସର ମାରି ଫ୍ଲୋର ଡିଆଜ ୧୩୫(୬୦+୭୫) କେଜି ଭାରୋତ୍ତୋଳନ କରି ରୌପ୍ୟ ପଦକ ହାସଲ କରିଛନ୍ତି। ମୀରାବାଇ ଚାନୁଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ ଝିଲ୍ଲୀ ଚଳିତ ଏସୀୟ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ପାଇଛନ୍ତି।
ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସର ଝିଲ୍ଲୀ ପି. ଧର୍ମାରାଓଙ୍କଠାରୁ ପ୍ରଶିକ୍ଷଣପ୍ରାପ୍ତ। ପୂର୍ବରୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରତିଯୋଗିତାରେ ସଫଳତା ଅର୍ଜନ କରି ସେ ରାଜ୍ୟର ଗୌରବ ବଢ଼ାଇଛନ୍ତି। ୨୦୧୯ ଡିସେମ୍ବରରେ ନେପାଳର ପୋଖରାରେ ଅନୁଷ୍ଠିତ ୧୩ତମ ଦକ୍ଷିଣ ଏସୀୟ କ୍ରୀଡ଼ାରେ ସେ ୪୫ କେଜି କାଟେଗୋରିରେ ସ୍ବର୍ଣ୍ଣ ପଦକ ପାଇଥିଲେ। ସେହିବର୍ଷ ଥାଇଲାଣ୍ଡର ପଟ୍ଟାୟାଠାରେ ଆୟୋଜିତ ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସେ ଅଂଶଗ୍ରହଣ କରିଥିଲେ। ତେବେ ଚାଇନାର ନିଙ୍ଗବୋଠାରେ ଅନୁଷ୍ଠିତ ଏସୀୟ ଭାରୋତ୍ତୋଳନରେ ସେ ରୌପ୍ୟ ପଦକ ହାସଲ କରିଥିଲେ। ଏଥର ଏହି ରୌପ୍ୟକୁ ସ୍ବର୍ଣ୍ଣରେ ପରିଣତ କରିବାରେ ସକ୍ଷମ ହୋଇଛନ୍ତି ଝିଲ୍ଲୀ। ୨୦୧୮ରେ ଉଜବେକିସ୍ତାନର ତାସକେଣ୍ଟଠାରେ ଆୟୋଜିତ ବିଶ୍ୱ ଜୁନିୟର ଭାରୋତ୍ତୋଳନର ୪୮ କେଜିରେ ବ୍ରୋଞ୍ଜ, ସେହିବର୍ଷ ଉର୍ଗାଞ୍ଚରେ ଆୟୋଜିତ ୨୫ତମ ଏସିଆନ ଜୁନିୟର ଭାରୋତ୍ତୋଳନରେ ରୌପ୍ୟ, ୨୦୧୭ରେ ଅଷ୍ଟ୍ରେଲିଆର ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ୪୮ କେଜି ବିଭାଗରେ ୨ ସ୍ବର୍ଣ୍ଣ, ୨୦୧୬ରେ ମାଲେସିଆର ପେନାଙ୍ଗରେ ଆୟୋଜିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ରୌପ୍ୟ ପ୍ରଭୃତି ତାଙ୍କ ସଫଳତାର ଆଉ ଗୋଟିଏ ଲେଖାଏ ଇସ୍ତାହାର।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri