Posted inଖେଳ

ପାଣି ପିଆଇ ଦେଇଥିଲା ଆଫଗାନିସ୍ତାନ

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ହରାଇଥିବା ପାକିସ୍ତାନ ଶୁକ୍ରବାର ୫ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଛି। କିନ୍ତୁ ମ୍ୟାଚ୍‌ର ୧୮ତମ ଓଭର ପର୍ଯ୍ୟନ୍ତ ଆଫଗାନିସ୍ତାନ ମ୍ୟାଚ୍‌ରେ ଆଗୁଆ ଥିଲା। ୧୯ତମ ଓଭରରେ ମ୍ୟାଚ୍‌ରେ ସବୁ କିଛି ବଦଳି ରଖି ଦେଇଥିଲେ ଅସିଫ ଅଲି। ୧୪୮ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପାକିସ୍ତାନକୁ ଅନ୍ତିମ ଦୁଇ ଓଭରରେ ୨୪ ରନ୍‌ ଦରକାର ଥିଲା। ମାତ୍ର ୧୯ତମ ଓଭରରେ କାରିମ ଜନତଙ୍କୁ ୪ ଛକା ଲଗାଇଥିଲେ ଅସିଫ।

ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଆଫଗାନିସ୍ତାନ ୬ ଉଇକେଟ ହରାଇ ୧୪୭ ରନ୍‌ କରିଥିଲା। ୧୨.୫ ଓଭର ସୁଦ୍ଧା ଦଳ ୭୬ ରନ୍‌ରେ ୬ ଉଇକେଟ ହରାଇ ସାରିଥିଲା। ଏଭଳି ସଙ୍କଟଜନକ ସ୍ଥିତିରେ ଅଧିନାୟକ ମହମ୍ମଦ ନବି ଓ ଗୁଲବଦିନ ନାଏବଙ୍କ ୭ମ ଉଇକେଟ ପାଇଁ ଯୋଡ଼ି ଥିଲେ ୭୧ ରନ୍‌। ତାହା ପୁଣି ୪୩ ବଲରେ। ଜବାବରେ ପାକିସ୍ତାନ ୩ୟ ଓଭରରେ ହରାଇଥିଲା ମହମ୍ମଦ ରିଜଓ୍ବାନ(୮)ଙ୍କ ଉଇକେଟ। ଏହାପରେ ଫକର ଜାମନ(୩୦)ଙ୍କ ସହ ମିଶି ୬୩ ରନ୍‌ ଯୋଡ଼ିଥିଲେ ଅଧିନାୟକ ବାବର ଆଜାମ (୫୧)। ତା’ ପରେ ଆଫଗାନିସ୍ତାନ ସ୍ପିନରମାନେ କ୍ରମାଗତ ବ୍ୟବଧାନରେ ୩ ଉଇକେଟ ନେଇ ମ୍ୟାଚ୍‌ରେ ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ। ମାତ୍ର ଅସିଫ ଅଲି ୧୯ତମ ଓଭରରେ ୪ ଛକା ଲଗାଇ ମ୍ୟାଚ୍‌ ଛଡ଼ାଇ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri