ଅସିଫା ଭୁଟ୍ଟୋ ଜର୍ଦ୍ଦାରୀ ହେଲେ ପାକିସ୍ତାନର ପ୍ରଥମ ମହିଳା

ଇସ୍‌ଲାମାବାଦ୍‌, ୧୨।୩: ପାକିସ୍ତାନର ନବ ନିର୍ବାଚିତ ରାଷ୍ଟ୍ରପତି ଅସିଫ୍‌ ଅଲୀ ଜର୍ଦ୍ଦାରୀ ନିଜ ଝିଅ ଅସିଫା ଭୁଟ୍ଟୋ ଜର୍ଦ୍ଦାରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଆଧିକାରିକ ଘୋଷଣା କରିଛନ୍ତି। ସାଧାରଣତଃ ରାଷ୍ଟ୍ରପତିଙ୍କର ସ୍ତ୍ରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଅଭିହିତ କରାଯାଉଥିବା ବେଳେ ଜର୍ଦ୍ଦାରୀଙ୍କ ଏହି ନିଷ୍ପତ୍ତି ଐତିହାସିକ ହୋଇଥିବା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଜର୍ଦ୍ଦାରୀଙ୍କ ସ୍ତ୍ରୀ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜୀର ଭୁଟ୍ଟୋଙ୍କୁ ୨୦୦୭ରେ ହତ୍ୟା କରାଯାଇଥିଲା। ୨୦୦୮ରୁ ୨୦୧୩ ମଧ୍ୟରେ ରାଷ୍ଟ୍ରପତି ଭାବେ ଜର୍ଦ୍ଦାରୀଙ୍କ ପ୍ରଥମ କାର୍ଯ୍ୟକାଳରେ ଏହି ପଦ ଖାଲି ରହିଥିଲା। ୨୦୨୦ ନଭେମ୍ବରରେ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ଅସିଫା ଚଳିତ ପାକିସ୍ତାନ ନିର୍ବାଚନରେ ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି) ଓ ଏହାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ତଥା ନିଜ ଭାଇ ବିଲାଓ୍ବଲ ଭୁଟ୍ଟୋଙ୍କ ସପକ୍ଷରେ ପ୍ରଚାର କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri