କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ ଅପରାଧ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ପ୍ରଥମ କରି ୨୦୨୨ରେ ରାଜ୍ୟର ୬୪୩ ଥାନାର ବିଭିନ୍ନ କାର୍ଯ୍ୟର ସମୀକ୍ଷା ଲାଗି ପ୍ରସ୍ତୁତ କରାଯାଇଥିବା ‘ପ୍ରଗତି ଡେସ ବୋର୍ଡ’ରେ ଆସିକା ଥାନା ପ୍ରଥମ ସ୍ଥାନରେ ରହିଛି ା ବିଭିନ୍ନ କାର୍ଯ୍ୟ ଲାଗି ରାଜ୍ୟ ଅପରାଧ ନିୟନ୍ତ୍ରଣ ବ୍ୟୁରୋ ପକ୍ଷରୁ କରାଯାଇଥିବା ସର୍ଭେରେ ଏହି ଥାନା ୧୦୦ରୁ ୯୪.୫୪ ଅଙ୍କ ହାସଲ କରିଛି। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କ ଅଭିଯୋଗକୁ ଗ୍ରହଣ କରିବା ଠାରୁ ଆରମ୍ଭ କରି ତ୍ୱରିତ କାର୍ଯ୍ୟାନୁଷ୍ଠାନ ପର୍ଯ୍ୟନ୍ତ ଏବଂ ମାମଲାର ତଦନ୍ତ କରି ଅଭିଯୋଗ ଫଦ୍ଦର୍ର୍ ଦାଖଲ ପୂର୍ବକ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ପାଇବା ପର୍ଯ୍ୟନ୍ତ, ଅଭିଯୋଗ ମିଳିବାର ସର୍ବନିମ୍ନ ସମୟ ମଧ୍ୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା, ଯେ କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ହଜିଗଲେ ଷ୍ଟେଶନ ଡାଇରି କରି ଅଭିଯୋଗକାରୀଙ୍କୁ ଏହାର ନକଲ ପ୍ରଦାନ, ଉତ୍ସବ ଅନୁଷ୍ଠାନ ଲାଗି ଅନୁମତି, ଡାକବାଜି ଯନ୍ତ୍ର ଓ ଡିଜେ ବଜାଇବା ଲାଗି ଅନୁମତି କ୍ଷେତ୍ରରେ ସର୍ବନିମ୍ନ ସମୟ ସୀମାର ଅନୁମତିପତ୍ର ପ୍ରଦାନ ଆଦି କାର୍ଯ୍ୟର ସମୀକ୍ଷା ଆଧାରରେ ଆସିକା ଥାନା ପ୍ରଥମରେ ରହିଛି ା ଏହି ଥାନାରେ ୨୦୧୯ ଅଗଷ୍ଟ ୨୨ରୁ ପ୍ରଶାନ୍ତ କୁମାର ସାହୁ ଥାନା ଅଧିକାରୀ ଭାବେ ଦାୟିତ୍ୱ ନେବା ପରଠାରୁ ଥାନାକୁ ଆସୁଥିବା ଜନସାଧାରଣଙ୍କୁ ଉଚିତ ସେବା ପ୍ରଦାନ ସହ ଅଞ୍ଚଳରେ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ଅଧିକ ତପତ୍ର
ଥିବା ଲକ୍ଷ୍ୟ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri