କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ ଅପରାଧ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ପ୍ରଥମ କରି ୨୦୨୨ରେ ରାଜ୍ୟର ୬୪୩ ଥାନାର ବିଭିନ୍ନ କାର୍ଯ୍ୟର ସମୀକ୍ଷା ଲାଗି ପ୍ରସ୍ତୁତ କରାଯାଇଥିବା ‘ପ୍ରଗତି ଡେସ ବୋର୍ଡ’ରେ ଆସିକା ଥାନା ପ୍ରଥମ ସ୍ଥାନରେ ରହିଛି ା ବିଭିନ୍ନ କାର୍ଯ୍ୟ ଲାଗି ରାଜ୍ୟ ଅପରାଧ ନିୟନ୍ତ୍ରଣ ବ୍ୟୁରୋ ପକ୍ଷରୁ କରାଯାଇଥିବା ସର୍ଭେରେ ଏହି ଥାନା ୧୦୦ରୁ ୯୪.୫୪ ଅଙ୍କ ହାସଲ କରିଛି। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କ ଅଭିଯୋଗକୁ ଗ୍ରହଣ କରିବା ଠାରୁ ଆରମ୍ଭ କରି ତ୍ୱରିତ କାର୍ଯ୍ୟାନୁଷ୍ଠାନ ପର୍ଯ୍ୟନ୍ତ ଏବଂ ମାମଲାର ତଦନ୍ତ କରି ଅଭିଯୋଗ ଫଦ୍ଦର୍ର୍ ଦାଖଲ ପୂର୍ବକ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ପାଇବା ପର୍ଯ୍ୟନ୍ତ, ଅଭିଯୋଗ ମିଳିବାର ସର୍ବନିମ୍ନ ସମୟ ମଧ୍ୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା, ଯେ କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ହଜିଗଲେ ଷ୍ଟେଶନ ଡାଇରି କରି ଅଭିଯୋଗକାରୀଙ୍କୁ ଏହାର ନକଲ ପ୍ରଦାନ, ଉତ୍ସବ ଅନୁଷ୍ଠାନ ଲାଗି ଅନୁମତି, ଡାକବାଜି ଯନ୍ତ୍ର ଓ ଡିଜେ ବଜାଇବା ଲାଗି ଅନୁମତି କ୍ଷେତ୍ରରେ ସର୍ବନିମ୍ନ ସମୟ ସୀମାର ଅନୁମତିପତ୍ର ପ୍ରଦାନ ଆଦି କାର୍ଯ୍ୟର ସମୀକ୍ଷା ଆଧାରରେ ଆସିକା ଥାନା ପ୍ରଥମରେ ରହିଛି ା ଏହି ଥାନାରେ ୨୦୧୯ ଅଗଷ୍ଟ ୨୨ରୁ ପ୍ରଶାନ୍ତ କୁମାର ସାହୁ ଥାନା ଅଧିକାରୀ ଭାବେ ଦାୟିତ୍ୱ ନେବା ପରଠାରୁ ଥାନାକୁ ଆସୁଥିବା ଜନସାଧାରଣଙ୍କୁ ଉଚିତ ସେବା ପ୍ରଦାନ ସହ ଅଞ୍ଚଳରେ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ଅଧିକ ତପତ୍ର
ଥିବା ଲକ୍ଷ୍ୟ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri