କାର୍ଯ୍ୟରେ ଯୋଗଦେଲେ ଅସିତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ରାଜୀବ ଭବନଠାରେ ଡବ୍ଲ୍ୟୁଓଡିସି କାର୍ଯ୍ୟର ସମୀକ୍ଷା କରି କହିଛନ୍ତି, ଆଞ୍ଚଳିକ ଉନ୍ନୟନକୁ ସମାନ କରିବା ପରିଷଦର ମୁଖ୍ୟ ଲକ୍ଷ୍ୟ ହେବା ଉଚିତ। ପ୍ରକଳ୍ପଗୁଡିକ ନିର୍ଦ୍ଧାରିତ ସମୟରେ ଶେଷ କରିବା ଏବଂ ଲୋକମାନଙ୍କୁ ତୁରନ୍ତ ସେବା ଯୋଗାଇ ଦିଆଯିବା ଉଚିତ୍‌। ଏହି ଅବସରରେ ଅସିତ ତୃଣମୂଳ ସ୍ତରରୁ ସର୍ଭେ କରି ଜଟିଳ ବିକାଶମୂଳକ ଉପାଦାନଗୁଡିକ ପାଇଁ ଡାଟାବେସ ପ୍ଲାଟଫର୍ମ ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫାଇଲଗୁଡିକ ତ୍ୱରିତ ବେଗରେ ଯିବା ଓ ସ୍ବଚ୍ଛତା ରକ୍ଷା ଲାଗି ୫-ଟି ନୀତିକୁ ଅନୁସରଣ କରିବାକୁ ପରମର୍ଶ ଦେଇଛନ୍ତି। ସମସ୍ତ ଫାଇଲକୁ କମ୍ପ୍ୟୁଟରୀକରଣ କରିବା ସହ ସେଗୁଡିକୁ ଓଡିଶା ସେକ୍ରେଟାରୀଏଟ ଓ୍ବାର୍କଫ୍ଲୋ ଅଟୋମେଶନ ସିଷ୍ଟମ (ଓସଓ୍ବାସ)ସହିତ ସଂଯୋଗ କରିବାକୁ ପରିଷଦର ସିଇଓ ସରୋଜ ପଟେଲଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ହେଲେ କର୍ମଚାରୀଙ୍କର ଦକ୍ଷତା ବୃଦ୍ଧି ପାଇଁ ତାଲିମ ବ୍ୟବସ୍ଥା କରାଯିବ। କୌଣସି ଫାଇଲ ନ ରଖି ସେହିଦିନ ପଠାଇବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ୩ ହଜାରରୁ ଊର୍ଦ୍ଧ୍ୱ ସୂକ୍ଷ୍ମ ଓ କ୍ଷୁଦ୍ର ପ୍ରକଳ୍ପ ୧୦ଟି ଜିଲା ବରଗଡ, ବଲାଙ୍ଗୀର, ବୌଦ୍ଧ, ଦେବଗଡ, କଳାହାଣ୍ଡି, ନୂଆପଡା, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ଆଠମଲ୍ଲିକ ସବ୍‌ଡିଭିଜନରେ କାର୍ଯ୍ୟକାରୀ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri