ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ

ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର ଏବଂ ସତ୍ୟନଗର ସ୍ଥିତ ଜନସେବା କେନ୍ଦ୍ରର କର୍ମଚାରୀ ବୋଲି ଜଣାପଡ଼ିଛି।

ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ କରିବା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ ବୋଲି ସରକାର କହିଥିଲେ। ମାତ୍ର କେତେକ ସ୍ଥାନରେ ଅଙ୍ଗନଓ୍ବାଡି କର୍ମୀ, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଉଭୟ ଫର୍ମ ପାଇଁ ଓ ଅନଲାଇନରେ ଫର୍ମ ଅପଲୋଡ କରିବା ପାଇଁ ୫୦ ରୁ ୨୦୦ ଟଙ୍କା ଅର୍ଥ ଦାବି କରୁଥିବା ସୂଚନା ମିଳୁଛି। ଯେକୌଣସି ସ୍ଥାନରେ ସୁଭଦ୍ରା ଫର୍ମ ପାଇଁ ଅର୍ଥ ଦାବି କରାଯାଉଥିଲେ, ସେଥି ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବିଭାଗ ପକ୍ଷରୁ ସୂଚନା ଦିଅଯାଇଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ, ସୁଭଦ୍ରା ଫର୍ମ ଓ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ ପାଇଁ କୌଣସି ଦେୟ ନାହିଁ। ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ପ୍ରତି ଫର୍ମ ଅପଲୋଡ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି। ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ କରିପାରିବେ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri