ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍‌କାର ପାଇଁ ଆମନ୍ତ୍ରଣ କରିଛନ୍ତି।

”ମୋତେ ପଚରାଉଚୁରା କରିବା ପାଇଁ ଭାରତୀୟ ଅଧିକାରୀଙ୍କୁ ଆମନ୍ତ୍ରଣ ଦେଉଛି। ମୋ ବିରୋଧରେ ଚାଲିଥିବା ତଦନ୍ତ ସମ୍ପର୍କରେ ସେମାନେ ଯେ କୌଣସି ପ୍ରଶ୍ନ ପଚାରିପାରିବେ। ମୁଁ ଉତ୍ତର ଦେବି। ମୁଁ ଭାରତରେ କୌଣସି ଆଇନ ଭାଙ୍ଗି ନାହିଁ। ଚିକିତ୍ସା ପାଇଁ ଭାରତ ଛାଡ଼ି ଆମେରିକା ଯିବା ପୂର୍ବରୁ ମୋ ବିରୋଧରେ ଭାରତରେ ଓ୍ବାରେଣ୍ଟ ଜାରି କରାଯାଇ ନ ଥିଲା“ ବୋଲି ୬୨ ବର୍ଷୀୟ ପଳାତକ ବ୍ୟବସାୟୀ ଡୋମିନିକାର ହାଇ କୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଛନ୍ତି।

ଚୋକ୍‌ସି ୨୦୧୮ ଜାନୁୟାରୀରେ ଭାରତ ଛାଡ଼ି ଆଣ୍ଟିଗୁଆ ଚାଲି ଯାଇଥିଲେ। ଏହାର କିଛି ଦିନ ପରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାରେ ତାଙ୍କ ନାମ ସାମ୍ନାକୁ ଆସିଥିଲା। ତାଙ୍କ ବିରୋଧରେ ଆପରାଧିକ ଷଡ଼ଯନ୍ତ୍ର, ଠକେଇ, ଅସାଧୁତା, ଦୁର୍ନୀତି ଓ ବେଆଇନ ଅର୍ଥ ହେରଫେର ଭଳି ମାମଲା ରୁଜୁ କରାଯାଇଛି। ଏ ସବୁ ମାମଲର ତଦନ୍ତ ସିବିଆଇ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଅନ୍ୟ କେନ୍ଦ୍ରୀୟ ସଂସ୍ଥା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri