ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରିବାକୁ ଅନୁରୋଧ

ମହାକାଳପଡ଼ା, ୨୨ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ବାତ୍ୟା ଆଶଙ୍କାକୁ ନେଇ ବିଭିନ୍ନ ସ୍ଥାନରେ ଡାକବାଜି ଯନ୍ତ୍ର ଜରିଆରେ ଶୁକ୍ରବାର ପ୍ରଚାର କରାଯାଇଛି। ଆସନ୍ତା ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହୁଥିବା ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ ସଚେତନ କରାଯାଇଥିଲା। ବ୍ଲକର ବତୀଘର, ଖରିନାସୀ, ରାମନଗର, ଜମ୍ବୁ, ସୁନିତି, ନାଞ୍ଜୁରା ଆଦି ପଞ୍ଚାୟତରେ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଦିଆଯାଇଛି। ଯେଉଁମାନେ ସମୁଦ୍ରକୁ ମାଛ ମାରିବାକୁ ଯାଇଛନ୍ତି ସେମାନେ ଶୀଘ୍ର ଫେରି ଆସିବାକୁ କୁହାଯାଇଛି। ତେବେ ଜମ୍ବୁ ସାମୁଦ୍ରିକ ଥାନା ବୈଷୟିକ ଟିମ୍‌ କର୍ମଚାରୀଙ୍କ ସହ ମହାକାଳପଡ଼ା ସାମୁଦ୍ରିକ ମତ୍ସ୍ୟ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଖରିନାସୀ ମତ୍ସ୍ୟ ଅବତରଣ କେନ୍ଦ୍ରଠାରୁ ହାଇସ୍ପିଡ୍‌ ବୋଟ୍‌ରେ ଯାଇ ନିକଟ ହୁକିଟୋଲା ମୁହାଣ ଓ ସମୁଦ୍ର ମଧ୍ୟରେ ଯାଇ ପଇଁତରା ମାରିଥିଲେ। ସମୁଦ୍ର ପଥରେ କୌଣସି ମାଛଧରା ଡଙ୍ଗା ରହିଯାଇଥିବ ତା’ର ଠାବ ପାଇଁ ସଚେତନ କରିଥିଲେ। ପରେ ଡାକବାଜି ଯନ୍ତ୍ର ଯୋଗେ ବିଭିନ୍ନ ସ୍ଥାନରେ ପ୍ରଚାର କରି ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ସ୍ଥାନୀୟ ଲୋକ ଓ ମତ୍ସ୍ୟଜୀବୀଙ୍କୁ ସଚେତନ କରିଥିଲେ। ସମ୍ଭାବ୍ୟ ବାତ୍ୟାରେ କୌଣସି ମତ୍ସ୍ୟଜୀବୀ ଯେପରି ସମୁଦ୍ରରେ ନ ରୁହନ୍ତି ସେଥିପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତାମାନଙ୍କୁ ଅବଗତ କରାଇଥିଲେ। ଲୟ ଏହି ସଚେତନତା କାର୍ଯ୍ୟକ୍ରମରେ ସାମୁଦ୍ରିକ ବିଭାଗ ସହକାରୀ ମତ୍ସ୍ୟ ଅଧିକାରୀ ଦୀପକ କୁମାର ମଲିକ , ସାଗର ମିତ୍ର ଗଣେଶ ବାରିକ, ରାକେଶ ମହାନ୍ତିଙ୍କ ସମେତ ଜମ୍ବୁ ସାମୁଦ୍ରିକ ଥାନା ଟେକ୍ନିକାଲ ଟିମ୍‌ କର୍ମଚାରୀମାନଙ୍କ ମଧ୍ୟରେ ଆର. କେ. ଖଁା, ସନ୍ତୋଷ କୁମାର ଲେଙ୍କା , ପ୍ରଫୁଲ୍ଲ ଚନ୍ଦ୍ର ସାହୁ , ଉପେନ୍ଦ୍ର କୁମାର ନାୟକ , ବିଭୂତି କୁମାର ପରିଡ଼ା ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ମିଳିଥିଲା ସୂଚନା ଅନୁସାରେ, ଏହି ଅଞ୍ଚଳରେ ୨ ହଜାର ପଞ୍ଜୀକୃତ ବୋଟ୍‌ ଥିବାବେଳେ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ରହିଛନ୍ତି। ଏମାନେ ସମୁଦ୍ରରୁ ମାଛ ଧରି ପରିବାର ପ୍ରତିପୋଷଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri