ଅପରାଧ ବିଷୟରେ ପଚାରିଲେ ବିଜେଡି କହୁଛି ରାଜନୀତି କରୁଛୁ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧।୪(ବ୍ୟୁରୋ): ଶାସକ ଦଳର ନେତାଙ୍କୁ ଓଡ଼ିଶାର ଅପରାଧ ଓ ଅନ୍ୟାନ୍ୟ ସମସ୍ୟା ନେଇ ଭାଜପା ପକ୍ଷରୁ ପ୍ରଶ୍ନ ପଚାରିଲେ ରାଜନୀତି କରାଯାଉଥିବା ଉତ୍ତର ଆସୁଛି। ଗଣତନ୍ତ୍ରରେ ପ୍ରଶ୍ନ କରିବା ପାଇଁ ଓଡ଼ିଆ ଲୋକମାନେ ଆମକୁ ଦାୟିତ୍ୱ ଦେଇଛନ୍ତି। ଏହାକୁ ଆମେ ଜାରି ରଖିବୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ମିଶ୍ରଣ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ ଆପରାଧିକ ପ୍ରବଣତା ବଢିଥିବା ବେଳେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସତ ଶୁଣିବାକୁ ସାହସ ନାହିଁ। ଶାସନ କରୁଥିବା ଲୋକମାନେ ଇଷ୍ଟ ଇଣ୍ଡିଆ ଭଳି କଥା କହୁଛନ୍ତି। ଓଡ଼ିଶା ସରକାରଙ୍କ ଶାସନର ଚାବି ଅସାମ୍ବିଧାନିକ ଲୋକଙ୍କ ପାଖରେ ଅଛି। ଝାରସୁଗୁଡ଼ାରେ ମନ୍ତ୍ରୀ ନବ ଦାସଙ୍କଠାରୁ ଆରମ୍ଭକରି ନାବାଳକ ସମର୍ଥଙ୍କ ହତ୍ୟା ହେଉଥିବା ବେଳେ ପ୍ରଶ୍ନ ପଚାରିଲେ ଓଡ଼ିଶାକୁ ଅପମାନ କରିବା କଥା କୁହାଯାଉଛି। ଆଠଗଡରେ କର୍ପୋରେଟିଭ୍‌ ବ୍ୟାଙ୍କ୍‌ ନାଁରେ ଗରିବର ଲୋକଙ୍କୁ ଗୋଟିଏ ପରିବାର ହରିଲୁଟ କଲେ। ଅପରପକ୍ଷରେ ଦୀର୍ଘ ୨୩ ବର୍ଷର ଶାସନରେ ଶାସକ ଦଳର ଅଧିକରୁ ଅଧିକ ନେତାମାନେ ଅପରାଧିକ ମାମଲାରେ ସମ୍ପୃକ୍ତ ଅଛନ୍ତି। ସିସୋର ଚିଟଫଣ୍ଡରେ ଅଭିଯୁକ୍ତ ଉତ୍ତରପ୍ରଦେଶ ସହ ତୁଳନା କରିବା ଦୁର୍ଭାଗ୍ୟଜନକ। ଅପରାଧୀଙ୍କୁ ଦମନ କରି ଯୋଗୀ ଆଦିତ୍ୟନାଥ ପୁଣି ସରକାରକୁ ଫେରିଛନ୍ତି। ସାହସ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭଳି କରିକି ଦେଖାନ୍ତୁ ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ଏବଂ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ କଟକ ଜିଲା ଆଠଗଡ ନିର୍ବାଚନମଣ୍ଡଳୀର ଯୁବ ବିଜେଡି ନେତା ତଥା ଗତ ସାଧାରଣ ନିର୍ବାଚନର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଅଭୟ ବାରିକ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଅଭୟଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ଓ ବିଜେଡିର ଶତାଧିକ ନେତା ଓ କର୍ମୀ ମିଶିଛନ୍ତି। ଭାଜପା ପ୍ରତି ରାଜ୍ୟବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ମନମୋହନ କହିଛନ୍ତି। ତେବେ ନୂତନ ସଦସ୍ୟମାନଙ୍କୁ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଉଭୟ ଧର୍ମେନ୍ଦ୍ର ଏବଂ ମନମୋହନ ସେମାନଙ୍କୁ ଦଳକୁ ସ୍ବାଗତ କରିଛନ୍ତି। ଏହି ଅବସରରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri