ଅପରାଧ ବିଷୟରେ ପଚାରିଲେ ବିଜେଡି କହୁଛି ରାଜନୀତି କରୁଛୁ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧।୪(ବ୍ୟୁରୋ): ଶାସକ ଦଳର ନେତାଙ୍କୁ ଓଡ଼ିଶାର ଅପରାଧ ଓ ଅନ୍ୟାନ୍ୟ ସମସ୍ୟା ନେଇ ଭାଜପା ପକ୍ଷରୁ ପ୍ରଶ୍ନ ପଚାରିଲେ ରାଜନୀତି କରାଯାଉଥିବା ଉତ୍ତର ଆସୁଛି। ଗଣତନ୍ତ୍ରରେ ପ୍ରଶ୍ନ କରିବା ପାଇଁ ଓଡ଼ିଆ ଲୋକମାନେ ଆମକୁ ଦାୟିତ୍ୱ ଦେଇଛନ୍ତି। ଏହାକୁ ଆମେ ଜାରି ରଖିବୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ମିଶ୍ରଣ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ ଆପରାଧିକ ପ୍ରବଣତା ବଢିଥିବା ବେଳେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସତ ଶୁଣିବାକୁ ସାହସ ନାହିଁ। ଶାସନ କରୁଥିବା ଲୋକମାନେ ଇଷ୍ଟ ଇଣ୍ଡିଆ ଭଳି କଥା କହୁଛନ୍ତି। ଓଡ଼ିଶା ସରକାରଙ୍କ ଶାସନର ଚାବି ଅସାମ୍ବିଧାନିକ ଲୋକଙ୍କ ପାଖରେ ଅଛି। ଝାରସୁଗୁଡ଼ାରେ ମନ୍ତ୍ରୀ ନବ ଦାସଙ୍କଠାରୁ ଆରମ୍ଭକରି ନାବାଳକ ସମର୍ଥଙ୍କ ହତ୍ୟା ହେଉଥିବା ବେଳେ ପ୍ରଶ୍ନ ପଚାରିଲେ ଓଡ଼ିଶାକୁ ଅପମାନ କରିବା କଥା କୁହାଯାଉଛି। ଆଠଗଡରେ କର୍ପୋରେଟିଭ୍‌ ବ୍ୟାଙ୍କ୍‌ ନାଁରେ ଗରିବର ଲୋକଙ୍କୁ ଗୋଟିଏ ପରିବାର ହରିଲୁଟ କଲେ। ଅପରପକ୍ଷରେ ଦୀର୍ଘ ୨୩ ବର୍ଷର ଶାସନରେ ଶାସକ ଦଳର ଅଧିକରୁ ଅଧିକ ନେତାମାନେ ଅପରାଧିକ ମାମଲାରେ ସମ୍ପୃକ୍ତ ଅଛନ୍ତି। ସିସୋର ଚିଟଫଣ୍ଡରେ ଅଭିଯୁକ୍ତ ଉତ୍ତରପ୍ରଦେଶ ସହ ତୁଳନା କରିବା ଦୁର୍ଭାଗ୍ୟଜନକ। ଅପରାଧୀଙ୍କୁ ଦମନ କରି ଯୋଗୀ ଆଦିତ୍ୟନାଥ ପୁଣି ସରକାରକୁ ଫେରିଛନ୍ତି। ସାହସ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭଳି କରିକି ଦେଖାନ୍ତୁ ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ଏବଂ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ କଟକ ଜିଲା ଆଠଗଡ ନିର୍ବାଚନମଣ୍ଡଳୀର ଯୁବ ବିଜେଡି ନେତା ତଥା ଗତ ସାଧାରଣ ନିର୍ବାଚନର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଅଭୟ ବାରିକ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଅଭୟଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ଓ ବିଜେଡିର ଶତାଧିକ ନେତା ଓ କର୍ମୀ ମିଶିଛନ୍ତି। ଭାଜପା ପ୍ରତି ରାଜ୍ୟବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ମନମୋହନ କହିଛନ୍ତି। ତେବେ ନୂତନ ସଦସ୍ୟମାନଙ୍କୁ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଉଭୟ ଧର୍ମେନ୍ଦ୍ର ଏବଂ ମନମୋହନ ସେମାନଙ୍କୁ ଦଳକୁ ସ୍ବାଗତ କରିଛନ୍ତି। ଏହି ଅବସରରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?