Posted inଜାତୀୟ

ନାଁ ପଚାରି ରାହୁଲଙ୍କୁ ମାରିଥିଲେ

ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ସୁରକ୍ଷା ବଳ ଓ ଜମ୍ମୁ-କଶ୍ମୀର ପୋଲିସର ମିଳିତ ଅଭିଯାନରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନେ ପାକିସ୍ତାନୀ ଲଶ୍କର-ଇ-ତୋଇବା ସଦସ୍ୟ ଓ ନିକଟରେ ଜମ୍ମୁ-କଶ୍ମୀରେ ଅନୁପ୍ରବେଶ କରିଥିଲେ। ୧୧ ତାରିଖ ତଲାସି ଅଭିଯାନ ବେଳେ ସେମାନେ ଖସିଯାଇଥିଲେ ବୋଲି ପୋଲିସ କହିଛି। ସେହିପରି ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ସୁରକ୍ଷା ବଳ ଗୁଳିରେ ପ୍ରାଣ ହରାଇଛନ୍ତି।
ବଡ଼ଗାମ ତହସିଲ ଅଫିସରରେ କଶ୍ମୀରୀ ପଣ୍ଡିତ ତଥା ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀ ଗୁଳିକରି ହତ୍ୟା କରିଥିଲେ। ଏହାକୁ ନେଇ ଉପତ୍ୟକାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ହତ୍ୟା ପ୍ରତିବାଦରେ କଶ୍ମୀରୀ ପଣ୍ଡିତ ସମ୍ପ୍ରଦାୟର ସଦସ୍ୟମାନେ ଶୁକ୍ରବାର ଶ୍ରୀନଗର ବିମାନବନ୍ଦର ଅଭିମୁଖେ ଶୋଭାଯାତ୍ରାରେ ଯାଉଥିବାବେଳେ ସେମାନଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲାଠିଚାଳନା କରିବା ସହ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ବିକ୍ଷୋଭକାରୀମାନେ ପ୍ରଥମେ ବଡଗାମ୍‌ ଜିଲାର ଶେଖପୋରା ଅଞ୍ଚଳରେ ଏକାଠି ହେବା ପରେ ବିମାନବନ୍ଦର ଅଭିମୁଖେ ଅଗ୍ରସର ହୋଇଥିଲେ। ସେମାନଙ୍କୁ ଫେରିଯିବାକୁ ପୋଲିସ ଅନୁରୋଧ କରିବା ସତ୍ତ୍ୱେ ବିକ୍ଷୋଭକାରୀ ଆଗେଇବାରୁ ସେମାନଙ୍କୁ ଘଉଡ଼ାଇବାକୁ ବଳ ପ୍ରୟୋଗ କରିବାକୁ ପଡ଼ିଥିଲା ବୋଲି ଜଣେ ଅଧିକାରୀ କହିଛନ୍ତି।
କଶ୍ମୀରୀ ପଣ୍ଡିତ ହତ୍ୟା ଘଟଣାର ତଦନ୍ତ ଲାଗି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ନିମନ୍ତେ ଜମ୍ମୁ-କଶ୍ମୀର ପ୍ରଶାସନ ଶୁକ୍ରବାର ଘୋଷଣା କରିଛି। ଏଥିସହିତ ମୃତକଙ୍କ ପରିବାରରୁ ଜଣକୁ ସରକାରୀ ଚାକିରି ଯୋଗାଇଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri